Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୀଠରେ ମହିଷାମର୍ଦ୍ଦିନୀ ବେଶରେ ଦର୍ଶନ ଦେଉଛନ୍ତି ମା’

ଭୁବନେଶ୍ୱର (ଓଡ଼ିଶା ୱେୟାର): ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର ଜୟ । ଅଧର୍ମ ଉପରେ ଧର୍ମର ବିଜୟ । ପୀଠ ଗୁଡିକରେ ଆଜି ମହିଷାମର୍ଦ୍ଦିନୀ ବେଶରେ ଦର୍ଶନ ଦେଉଛନ୍ତି ମାଆ। ଆଶ୍ୱୀନ ମାସ ପ୍ରତିପଦଠାରୁ ଆରମ୍ଭ ହୋଇ ନବମୀ ପର୍ଯ୍ୟନ୍ତ ନବରାତ୍ରୀ ପୂଜା କରା ଯାଇଥାଏ । କିମ୍ବଦନ୍ତୀ ଅନୁଯାୟୀ ମହିଷାସୁରର ଅତ୍ୟାଚାର ଅସହ୍ୟ ହେବାରୁ ଦେବତାମାନେ ଦୁର୍ଗାଙ୍କୁ ଆବାହନ କରିଥିଲେ । ଦେବୀ ଦୁର୍ଗା ସିଂହବାହିନୀ ସାଜି ମହିଷାସୁରକୁ ବଦ୍ଧ କରିଥିଲେ । ଆଶ୍ୱୀନ ଶୁକ୍ଳପକ୍ଷ ଅଷ୍ଟମୀ ଓ ନବମୀ ସନ୍ଧିକ୍ଷଣରେ ଦେବୀ ଦୁର୍ଗା ମହିଷାସୁରକୁ ନିପାତ କରିଥିବାରୁ ଏହି ସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତେବେ ଦଶହରା ଦିନ ପ୍ରଭୁ ଶ୍ରୀରାମଚନ୍ଦ୍ର ମଧ୍ୟ ମାତୃଶକ୍ତି ବନଦୁର୍ଗାଙ୍କୁ ପୂଜା କରି ପ୍ରବଳ ପ୍ରତାପୀ ରାବଣକୁ ବଦ୍ଧ କରିଥିଲେ । ତେଣୁ ଦଶହରାକୁ ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଭାବେ ମଧ୍ୟ ପାଳନ କରାଯାଉଛି । ଦଶହରା ଦିନ ରାବଣପୋଡିର ପରମ୍ପରା ରହିଛି ।
ସେହିପରି କଟକ ସହରର କିଛି ପୂଜା ମଣ୍ଡପରେ ଧୁମ ଧାମରେ ପୂଜା ହେଉଥିବା ବେଳେ ଆଜି ଅନୁଷ୍ଠିତ ହେବ ସିନ୍ଦୁର ଖେଳ । ଏଥିରେ ବିବାହିତା ମହିଳା ମାନେ ମା ଦୁର୍ଗାଙ୍କୁ ସିନ୍ଦୁର ଲଗାଇବା ପରେ ସେହି ସିନ୍ଦୂରକୁ ବିବାହିତା ମହିଳା ମାନେ ପରସ୍ପର ମଥାରେ ଲଗାଇ ସିନ୍ଦୁର ଲଗାଇଥାନ୍ତି । କିନ୍ତୁ ଚଳିତ ବର୍ଷ କୋଭିଡି ସ୍ଥିତି ଯୋଗୁଁ ପାର୍ବଣର ମାହୋଲରେ ଚାକଚକ୍ୟ କମିଛି । ହେଲେ ଶ୍ରଦ୍ଧାଳୁଙ୍କ ଉତ୍ସାହ କମିନି । ମା’ଙ୍କୁ ଭକ୍ତିର ସହ ନିଜ ଅନୁସାରେ ଦୁର୍ଗାପୂଜାକୁ ପାଳନ କରୁଛନ୍ତି ଲୋକ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top