Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଘରେ ପ୍ରସ୍ତୁତ କରନ୍ତୁ ଛତୁ ପରଟା

ଛତୁରେ ସବୁ ରେସିପି ଏକଦମ୍‌ ବଢ଼ିଆ ସ୍ୱାଦ ଦେଇଥାଏ। ଆମେ ଆଜି ଆପଣଙ୍କ ପାଇଁ ନେଇ ଆସିଛୁ ଛତୁରେ ଏକ ବଢ଼ିଆ ରେସିପି, ଯାହାର ନାମ ହେଉଛି ଛତୁ ପରଟା । ତେବେ ଆସନ୍ତୁ ଜାଣିବା ଏହାକୁ କେମିତି କରିବେ ପ୍ରସ୍ତୁତ।

ଆବଶ୍ୟକ ସାମଗ୍ରୀ:
ଅଟା
ଛତୁ
ଲୁଣ
ମଇଦା
ଜୁଆଣି
କଟା ପିଆଜ
ଘିଅ
କଟା କଞ୍ଚା ଲଙ୍କା
କଟା ଅଦା
ଲଙ୍କା ଗୁଣ୍ଡ
ଚାଟ୍‌ ମସଲା
ଗୋଲମରିଚ ଗୁଣ୍ଡ
ଆମଚୁର ପାଉଡର
କଟା ଧନିଆ ପତ୍ର ଓ ତେଲ

ପ୍ରସ୍ତୁତି ପ୍ରଣାଳୀ:

ପ୍ରଥମେ ଏକ ପାତ୍ରରେ ଅଟା, ଲୁଣ, ମଇଦା, ଜୁଆଣି ଓ ଘିଅ ନେଇ ଭଲ ଭାବେ ଗୋଳାନ୍ତୁ। ଏହା ପରେ ଅଳ୍ପ ଅଳ୍ପ ପାଣି ଢାଳି ଅଟାକୁ ଦଳନ୍ତୁ। ଅଟା ଦଳି ସାରିବା ପରେ ନରମ ହେବା ପାଇଁ ଏହାକୁ ଏକ କପଡ଼ାରେ ଗୁଡ଼ାଇ କିଛି ସମୟ ରଖି ଦିଅନ୍ତୁ।

ଏବେ ତାୱା ଗରମ କରି ତେଲ ପକାନ୍ତୁ। ତେଲ ଗରମ ହେବା ପରେ କଟା ଛତୁକୁ ପକାଇ ଅଳ୍ପ ଲୁଣ ଓ ଗୋଲମରିଚ ଗୁଣ୍ଡ ଦେଇ କିଛି ସମୟ ଭାଜନ୍ତୁ। ପରେ ଏଥିରେ କଟା ପିଆଜ, କଟା କଞ୍ଚା ଲଙ୍କା, କଟା ଅଦା, ଲଙ୍କା ଗୁଣ୍ଡ, ଚାଟ୍‌ ମସଲା, ଆମଚୁର ପାଉଡର ଓ କଟା ଧନିଆ ପତ୍ର ପକାଇ ଭଲ ଭାବେ ଗୋଳାନ୍ତୁ। ମସଲା ପ୍ରସ୍ତୁତ ହୋଇଯିବା ପରେ ଏହାକୁ କାଢ଼ି ଥଣ୍ଡା କରନ୍ତୁ।

ଏବେ ଚକଟା ଯାଇଥିବା ଅଟାକୁ ଗୁଳା କରନ୍ତୁ ଓ ଏହାକୁ ଅଳ୍ପ ବେଲି ଏହା ମଝିରେ ଛତୁ ପୁର ଦେଇ ପୁଣି ବନ୍ଦ କରିଦିଅନ୍ତୁ। ଏହା ପରେ ଏଗୁଡ଼ିକୁ ରୁଟି ପରି ବେଲନ୍ତୁ ଏବଂ ଗରମ ତାୱାରେ ପକାଇ ଭଲ ଭାବେ ସେକନ୍ତୁ। ଦୁଇ ପଟ ଭଲ ଭାବେ ସେକି ହୋଇଗଲେ ତେଲ ପକାଇ ଏପଟ ସେପଟ କରନ୍ତୁ। ପ୍ରସ୍ତୁତ ହୋଇଗଲା ସୁଆଦିଆ ‘ଛତୁ ପରଟା’। ଏହାକୁ ଚଟଣି, ସସ୍‌ କିମ୍ବା ଦହି ସହିତ ଗରମ ଗରମ ପରଶି ଦିଅନ୍ତୁ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top