Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଗୃହରେ ମମିତା ତାତି: ଆଜି ବି ଅଚଳ

ଭୁବନେଶ୍ୱର(ଓଡ଼ିଶା ୱେୟାର):  ଗୃହରେ ମମିତା ତାତି। ବିରୋଧୀଙ୍କ କଡ଼ା ବିରୋଧରେ ଗୃହ ଅଚଳ। ଗତକାଲି ଭଳି ଆଜି ବି ମଧ୍ୟ ଗୃହକାର୍ଯ୍ୟ ଚାଲିପାରିନାହିଁ। ଫଳରେ ଗୃହକୁ ମୁଲତବି କରିଦେଇଥିଲେ ବାଚସ୍ପତି। ଆଜି ବି ବିଧାନସଭାରେ ଆରମ୍ଭରୁ ବିରୋଧୀମାନେ ଗୃହରେ ଜୋରଦାର ହଟ୍ଟଗୋଳ କରିଥିଲେ। ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିଜେପି ସଦସ୍ୟ ଗୃହ ମଧ୍ୟଭାଗକୁ ଆସି ପୋଷ୍ଟର, ବ୍ୟାନର ଦେଖାଇବା ସହ ହଟ୍ଟଗୋଳ କରିଥିଲେ। ଫଳରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଦେଇଥିଲେ ବାଚସ୍ପତି । ସେପଟେ ମମିତା ପ୍ରସଙ୍ଗରେ ଗୃହ ଭିତରେ ବିରୋଧୀ ଶାସକ ଦଳକୁ ଘେରିଥିବା ବେଳେ ବିଜେପିକୁ କିନ୍ତୁ ଗ୍ୟାସ ଦର ବୃଦ୍ଧି ପ୍ରସଙ୍ଗରେ ଟାର୍ଗେଟ କରିଛି ବିଜେଡି । ଶାସକ ଦଳର ବିଧାୟକମାନେ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି ।

ଗୃହ ମୁଲତବି ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ କହିଛନ୍ତି, ବାଚସ୍ପତି କାହିଁକି ଗୃହକୁ ୪ଟା ଯାଏଁ ମୁଲତବି ରଖିଲେ ବୁଝାପଡୁନି । ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆମେ ମୁଲତବି ନୋଟିସ୍ ଆଣିଥିଲୁ । ଆଲୋଚନା ନ କରିବା ପାଇଁ ବାଚସ୍ପତି ୪ଟା ଯାଏଁ ଗୃହ ମୁଲତବି ରଖିଛନ୍ତି। ସରକାରଙ୍କ ଚାପରେ ବାଚସ୍ପତି ଏଭଳି ନିଷ୍ପତ୍ତି ନେଇଛନ୍ତି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ସହ ସିବିଆଇ ତଦନ୍ତ ପାଇଁ ଦାବି କରୁଛୁ। ଏନେଇ ବିଜେଡି ନେତା ପ୍ରତାପ ଦେବ କହିଛନ୍ତି, ବିରୋଧୀ କେବଳ ମମିତା ପ୍ରସଙ୍ଗକୁ ଧରି ଗୃହକୁ ଅଚଳ କରାଉଛନ୍ତି। ଅନ୍ୟ କୌଣସି ପ୍ରସଙ୍ଗରେ ଆଲୋଚନା ଚାହୁଁ ନାହାନ୍ତି। ଜନସାଧାରଣଙ୍କ ପ୍ରକୃତ ସମସ୍ୟାକୁ ଏଡ଼ାଇ ଯାଉଛନ୍ତି। ଏହାଦ୍ୱାରା ସେମାନଙ୍କ ଉପରେ ଚାପ ପଡ଼ିବ । ଏହା ବିଜେପି ଓ କଂଗ୍ରେସର ସୁଚିନ୍ତିତ ଋଣନୀତି। ମୁଖ୍ୟ ପ୍ରସଙ୍ଗକୁ ସେମାନେ ଏଡ଼ାଇ ଯିବାକୁ ଚାହୁଁଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top