Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା :SRC

ଭୁବନେଶ୍ୱର,(ଓଡ଼ିଶା ଓ୍ବେୟାର): ଉପରମୁଣ୍ଡରେ ବର୍ଷା । ମହାନଦୀରେ ଛୋଟ କିମ୍ବା ମଧ୍ୟମ ଧରଣର ବନ୍ୟା ଆଶଙ୍କା । ବନ୍ୟା ପ୍ରଭାବରେ ମହାନଦୀ ଅବବାହିକାରେ ବଡ଼ ଧରଣର କ୍ଷୟକ୍ଷତି ହେବନାହିଁ । ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି । ସମ୍ଭାବ୍ୟ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଜଳସମ୍ପଦ ବିଭାଗ ତତ୍ପର ରହିଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦର ଗେଟ ଖୋଲାଯାଉଛି । ଏବେ ୧୮ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି । ଏବେ ରାଜ୍ୟରେ ବର୍ଷା କମିଛି । ଏବେ ବିଭିନ୍ନ ନଦୀ ଜଳସ୍ତର କମିବାରେ ଲାଗିଛି। ବ୍ରାହ୍ଣଣୀ ନଦୀ ଜେନାପୁରଠାରେ ବିପଦ ସଙ୍କେତ ୨୩ମିଟର ଥିବାବେଳେ ୨୨.୨୫ ମିଟରରେ ପ୍ରବାହିତ ହେଉଛି।
ବୈତରଣୀର ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ ମିଟର ଥିବାବେଳେ ଜଳସ୍ତର ରହିଛି ୧୮.୩୨ ମିଟର। ସୁବର୍ଣ୍ଣରେଖା ନଦୀର ରାଜଘାଟଠାରେ ବିପଦ ସଙ୍କେତ ୧୦.୩୬ ମିଟର ଥିବାବେଳେ ଜଳସ୍ତର ରହିଛି ୮.୬୮ ମିଟର। ବର୍ଷା ପରେ ଲୋକଙ୍କ ଦୁର୍ଦ୍ଦଶା ବଢିବାରେ ଲାଗିଛି। ୩ ଦିନ ଧରି ଲଗାଣ ବର୍ଷାରେ ୨୧ଟି ଜିଲ୍ଲା ପ୍ରଭାବିତ ହୋଇଛି । ପ୍ରାୟ ୨୧ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ଏକ ଲକ୍ଷ ୨୨ ହଜାର ୪୫୮ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି । ୩ହଜାର ୮୩୯ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ପ୍ରାଥମିକ ଆକଳନରୁ ଜଣାଯାଇଛି ।
ବ୍ରାହ୍ମଣୀ ନଦୀରେ ଯାଜପୁର ଜିଲ୍ଲାର ରସୁଲପୁରରେ ଗୋଟିଏ ଓ ବରୀରେ ଦୁଇଟି ଘାଇ ସୃଷ୍ଟି ହୋଇଛି । ଲଗାଣ ବର୍ଷାରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ୨ ଜଣ ନିଖୋଜ ଅଛନ୍ତି। ୧୩ହଜାର ୮୨୧ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। ଅନେକ ଚାଷ ଜମି ଜଳମଗ୍ନ ହୋଇଛି। ଜିଲ୍ଲାପାଳମାନଙ୍କୁ ୭ ଦିନରେ କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। କ୍ଷୟକ୍ଷତି ରିପୋର୍ଟ ଆସିବା ପରେ ସହାୟତା ପ୍ରଦାନ କରାଯିବ ବୋଲି ପ୍ରେସମିଟ୍‌ରେ କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top