Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ହଡ଼ପ

ଭଦ୍ରକ,(ଓଡ଼ିଶା ୱେୟାର): କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବାହିନୀରେ ଚାକିରି କରାଇ ଦେବାକୁ କହି ବେକାର ଯୁବକଙ୍କ ଠାରୁ ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗରେ ଦୁଇ ଯୁବକ ଗିରଫ । ଠକାମୀର ଶିକାର ହୋଇଥିଲେ ଭଦ୍ରକ ବନ୍ତ ବ୍ଲକ ପାନପଦୀ ଗାଁର ସତ୍ୟପ୍ରକାଶ ବେହେରା । ଗତ ବର୍ଷ କରୁଣାକର ରାଉତ ନାମକ ଯୁବକ ସିଆରପିଏଫରେ ଚାକିରି କରାଇ ଦେବାର ପ୍ରଲୋଭନ ଦେଖାଇ ସତ୍ୟ ପ୍ରକାଶଙ୍କ ଠାରୁ ୨ଟି କିସ୍ତିରେ ନଗଦ ୧ଲକ୍ଷ ୩୦ହଜାର ଟଙ୍କା ନେଇଥିଲେ । ୨ ମାସ ମଧ୍ୟରେ ଚାକିରି ହୋଇଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ହେଲେ ଚାକିରି ନ ହେବାରୁ ସତ୍ୟପ୍ରକାଶ କରୁଣାକରଙ୍କୁ ଟଙ୍କା ଫେରାଇବାକୁ କହିଥିଲେ ।

କରୁଣାକର ଗତ ଜୁଲାଇ ୧୯ ତାରିଖରେ ୭୦ ହଜାର ଟଙ୍କାର ଏକ ଚେକ୍‌ ଦେଇଥିଲେ । ହେଲେ ଚେକ୍‌ଟି ବାଉନ୍ସ ହେବାରୁ କରୁଣାକରଙ୍କୁ ପଚାରିବାରୁ ସତ୍ୟପ୍ରକାଶଙ୍କୁ ଗାଳିଗୁଲଜ କରିବା ସହ ଧମକ ଦେଇଥିଲେ । ଏନେଇ ସତ୍ୟପ୍ରକାଶ ବନ୍ତ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଘଟଣାରେ କରୁଣାକର ଓ ସାଥୀ କିଷାନ ନାୟକଙ୍କୁ ପଚରାଉଚରା କରିବା ପରେ ବଡ଼ ଠକେଇ ହୋଇଥିବା ଜାଣିବାକୁ ପାଇଥିଲା । ବହୁ ଯୁବକଙ୍କ ଠାରୁ ପ୍ରାୟ ୧୫ ଲକ୍ଷରୁ ଅଧିକ ଟଙ୍କା ଠକି ନେଇଥିବା ଜଣାପଡ଼ିଥିଲା । ପୋଲିସ ଦୁଇ ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ କରି ଗିରଫ କରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top