Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୌର ନିର୍ବାଚନ : ୨୨ ତାରିଖ ସଂଧ୍ୟା ୫ଟାରେ ସରିବ ପ୍ରଚାର, ୨୪ ତାରିଖ ସକାଳ ୮ଟାରୁ ସଂଧ୍ୟା ୫ଟା ଯାଏ ହେବ ଭୋଟ

ଭୁବନେଶ୍ୱର (ଓଡ଼ିଶା ୱେୟାର) : ଆସନ୍ତା ୨୪ ତାରିଖ ସକାଳ ୮ଟାରୁ ସଂଧ୍ୟା ୫ଟା ଯାଏ ହେବ ଭୋଟ ଗ୍ରହଣ । ୨୨ ତାରିଖ ସଂଧ୍ୟା ୫ଟାରେ ସରିବ ପ୍ରଚାର । ପୌର ନିର୍ବାଚନ ପାଇଁ ମୋଟ ୧୯୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ସେଥିମଧ୍ୟରୁ ବିଏମ୍‌ସି ପାଇଁ ୩୦, ସିଏମ୍‌ସି ପାଇଁ ୨୦, ବ୍ରହ୍ମପୁର ମ୍ୟୁନିସିପାଲ୍‌ କର୍ପୋରେସନ ପାଇଁ ୧୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ ବୋଲି ରାଜ୍ୟ ନିର୍ବାଚନ କମିସନର ପ୍ରେସମିଟ୍‌ ଜରିଆରେ ସୂଚନା ଦେଇଛନ୍ତି ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ପୌର ନିର୍ବାଚନ ପାଇଁ ମୋଟ ୩୦୦ ମୋବାଇଲ୍‌ ପାର୍ଟି ରହିବେ । ସେଥିମଧ୍ୟରୁ ୧୦୯ଟି ପାର୍ଟି ତିନୋଟି ମହାନଗର ନିଗମରେ ରହିବେ । ପ୍ରତି ବୁଥରେ ଜଣେ ଲେଖାଏଁ କନେଷ୍ଟବଳ କିମ୍ବା ହାବିଲଦାର କିମ୍ବା ଆର୍ମ ଫୋର୍ସ ରହିବେ । କ୍ଲଷ୍ଟର ବୁଥରେ ଜଣେ ପୋଲିସ ଅଫିସର ସହ ୱାନ ଫୋରଥ ଫୋର୍ସ ରହିବେ । ନିର୍ବାଚନ ହେଉଥିବା ପ୍ରତ୍ୟେକ ପୌର ପରିଷଦର ପୋଲିସ ଷ୍ଟେସନରେ ଗୋଟିଏ ଲେଖାଏଁ ଷ୍ଟ୍ରାଇକିଂ ଫୋର୍ସ ରହିବେ । ଜିଲ୍ଲାରେ ଜରୁରୀ ପରିସ୍ଥିତି ପାଇଁ ଗୋଟିଏ କିମ୍ବା ଦୁଇ ପ୍ଲାଟୁନ ଫୋର୍ସ ରହିବେ । ୫ ଟି ସ୍ଥାନରେ ବଡ଼ର ସିଲି ପଏଣ୍ଟ ରହିବ ।

ସେହିପରି ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ମୋଟ ୨୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହେବେ । ପ୍ରତ୍ୟେକ ପୋଲିଂ ପାର୍ଟି ରେ ଜଣେ ପ୍ରିଜାଇଡିଂ ଅଫିସର ଆଉ ୪ ଜଣ ପୋଲିଂ ଅଫିସର ରହିବେ । ସମୁଦାୟ ୧୭୩୭ ୱାର୍ଡରେ ହେବ ପୌର ପରିଷଦ ନିର୍ବାଚନ । ୪୩୭୩ ବୁଥରେ ୪୦ ଲକ୍ଷ ୫୫ ହଜାର ୫୩ ଜଣ ମତଦାତା ନିଜର ମତଦାନ ସାବ୍ୟସ୍ତ କରିବେ । ସମୁଦାୟ ୫୮ ଟି ୱାର୍ଡ ରେ ନିର୍ଦ୍ୱନ୍ଦରେ ପ୍ରାର୍ଥୀ ନିର୍ବାଚିତ ହୋଇଛନ୍ତି । ମଙ୍ଗଳବାର ୫ଟା ସୁଦ୍ଧା ସରିବ ନିର୍ବାଚନ ପ୍ରଚାର ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top