Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ନିୟମ ନମାନିଲେ ପୁଣି ଲକଡାଉନ୍:ନବୀନ

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର):କୋଭିଡ୍ ତୃତୀୟ ଲହର ଆସିବାର ଆଶଙ୍କା ରହିଛି, ତେଣୁ କୋଭିଡ୍ ନିୟମ ଠିକ ଭାବେ ପାଳନ ନକଲେ ଲକଡାଉନ ପାଇଁ ବାଧ୍ୟ ହେବୁ। ଆଜି ଏଭଳି ଢଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସତର୍କ କରାଇଛନ୍ତି।
କୋଭିଡ ଭାଇରସ ଏବଂ ଏହାର ମୁକାବିଲା ସମ୍ପର୍କରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶର ଅନ୍ୟ ରାଜ୍ୟରେ କୋଭିଡ଼ କେସ୍ ବଢୁଛି। ଭୁବନେଶ୍ୱରରେ କୋଭିଡ଼ କେସ୍ ସ୍ଥିର ରହିଛି। ବିଶ୍ୱର ଅନ୍ୟ ଦେଶମାନଙ୍କରେ ତୃତୀୟ ଲହର ଘାତକ ହେଲାଣି। ଭାରତରେ ୩ୟ ଲହର ଶୀଘ୍ର ଆସିବା ନେଇ ଏକ୍ସପର୍ଟ ସତର୍କ କଲେଣି। ଓଡ଼ିଶା ଧିରେ ଧିରେ ଅନ୍ଲକ୍ ହେଉଛି। ଲକଡାଉନ ଯୋଗୁଁ କିଛି ଲୋକଙ୍କ ଜୀବିକା ଗୁରୁତର ପ୍ରଭାବିତ ହୋଇଥିଲା। ଜୀବନ ଓ ଜୀବିକା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ପରିସ୍ଥିତିରେ ମୁଁ ଆପଣମାନଙ୍କୁ ସତର୍କ କରାଇବାକୁ ଚାହୁଁଛି।
କୋଭିଡ଼ ବିପଦ ଏପର୍ଯ୍ୟ ଦୂର ହୋଇନି।କରୋନା ଭାଇରସ ଏବେ ବି ଆମ ଆଖପାଖରେ ଲୁଚି ରହିଛି। ରୂପ ବଦଳାଇ ଗୁରୁତର ଆକ୍ରମଣ କରିବାର ଶକ୍ତି ରଖିଛି ଭାଇରସ। ଆମେ କୌଣସି ପ୍ରକାର ସତର୍କତାରେ ଢିଲା କରିବା ଅନୁଚିତ। ନିହାତି ଜରୁରୀ ନଥିଲେ ଆମେ ବାହାରକୁ ବାହାରିବା ନାହିଁ। ଭିଡ଼ କରିବାନି, ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ରଖିବା। ନିୟମ ଠିକ ଭାବେ ପାଳନ ନକଲେ ଲକଡାଉନ ପାଇଁ ବାଧ୍ୟ ହେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ନବୀନ କହିଛନ୍ତି ଯେ ଅନଲକ୍ ପରେ କେତେକ ମାର୍କେଟରେ ଵହୁତ ଭିଡ ହେଉଛି। ଏହା ଅତ୍ୟନ୍ତ ବିପଦପୂର୍ଣ୍ଣ। ଏହାଦ୍ୱାରା ଆମେ ନିଜ ପାଇଁ ଓ ନିଜ ପ୍ରିୟଜନଙ୍କ ପାଇଁ ବିପଦକୁ ଆମନ୍ତ୍ରଣ କରୁଛୁ। ଆମେ କିଛି ଜାଣିବା ପୂର୍ବରୁ ସଂକ୍ରମଣ ବହୁଭାବରେ ବଢିଯାଇପାରେ। ତେଣୁ ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି।ଯଦି ସରକାର ଅନୁଭବ କରନ୍ତି ଯେ ଲୋକମାନେ କୋଭିଡ ନିୟମକୁ ଠିକ୍ ଭାବରେ ପାଳନ କରୁନାହାନ୍ତି, ତେବେ ପୁଣି ଥରେ ସମ୍ପୂର୍ଣ୍ଣ ଲକଡାଉନ୍ ଘୋଷଣା କରିବାକୁ ସରକାର ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଛନ୍ତି।

ଦ୍ୱିତୀୟ ଲହରରେ ଆମେ ଦେଖିଲେ କରୋନା ଭାଇରସ୍ କାହାରିକୁ ଛାଡି ନାହିଁ।ବୁଢା ଠାରୁ ପିଲା ପର୍ଯ୍ୟନ୍ତ ସମସ୍ତେ ସଂକ୍ରମିତ ହୋଇଛନ୍ତି । ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସରକ୍ଷା ଦେଉଛି । କିନ୍ତୁ ଟିକା ନେଲେ ମଧ୍ୟ ନିଜେ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ୱିତୀୟ ଲହରରେ ଅନ୍ୟ ରାଜ୍ୟ ମାନଙ୍କର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡ଼ିଶାରେ ଘଟି ନାହିଁ। ଆମର ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ମାନଙ୍କର କଠିନ ପରିଶ୍ରମ ଯୋଗୁଁ ଓଡିଶା ଆଜି ଭଲ ସ୍ଥିତିରେ ଅଛି। ଡାକ୍ତର ମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି । ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆମକୁ ଦାୟିତ୍ୱପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ହେବ ।

ଦ୍ୱିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏବେ ନିଷ୍ପତ୍ତି ଆପଣମାନଙ୍କ ହାତରେ। ଜୀବନ ଅମୂଲ୍ୟ, ଆମର ଦାୟିତ୍ୱପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ରୋକିପାରିବ। ତେଣୁ ଓଡ଼ିଶାକୁ ନିରାପଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top