Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

‘ରାଜ୍ୟରେ କୌଣସି ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇନାହି’

ଭୁବନେଶ୍ୱର’ (ଓଡ଼ିଶା ୱେୟାର): ଓମିକ୍ରନ ଆକ୍ରାନ୍ତ ଦେଶ ଗୁଡ଼ିକରୁ ଫେରୁଥିବା ଲୋକଙ୍କ ପ୍ରତି ବିଶେଷ ଦୃଷ୍ଟି ଦିଆଯାଉଥିବା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ଏପର୍ଯ୍ୟନ୍ତ ଆମ ରାଜ୍ୟରେ କୌଣସି ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି।
ସେ କହିଛନ୍ତି, ନିୟମିତ ଭାବେ ବାହାର ରାଷ୍ଟ୍ରରୁ ଆସୁଥିବା ଲୋକଙ୍କ ତର୍ଜମା କରାଯାଉଛି। କେତେ ଲୋକ ରାଜ୍ୟକୁ ଆସୁଛନ୍ତି, ସବୁ ଜିଲ୍ଲାମାନଙ୍କୁ ଅବଗତ କରାଯାଉଛି। ବାହାରୁ ଆସୁଥିବା ଲୋକଙ୍କୁ ଚିହ୍ନଟ କରି ସେମାନଙ୍କୁ ସଂଗରୋଧରେ ରଖିବାକୁ ଜିଲ୍ଲାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସାତ ଦିନ କ୍ୱାରେଣ୍ଟାଇନରେ ରହିବା ପରେ ଅଷ୍ଟମ ଦିନରେ ସେମାନଙ୍କର ଟେଷ୍ଟିଂ କରାଯିବ। ପଜିଟିଭ ବାହାରିଲେ, ଜିନମ ସିକ୍ୱେନ୍ସିଂ ମଧ୍ୟ କରାଯିବ। ଏହି ପ୍ରକ୍ରିୟା ଆରମ୍ଭ ହୋଇସାରିଛି।
ଯେହେତୁ ଅନ୍ୟ ରାଜ୍ୟରେ ଓମିକ୍ରନ ଥିବା ଜଣାପଡିଛି, ତେଣୁ ଆମକୁ ଏବେ ସତର୍କ ରହିବାକୁ ପଡ଼ିବ। ଯେଉଁମାନେ ଅନ୍ୟ ଦେଶରୁ ଆସୁଛନ୍ତି ଓ ଗାଁ ଗଣ୍ଡାରେ ପହଞ୍ଚିଛନ୍ତି, ସେଠାକାର ସ୍ଥାନୀୟ ଲୋକମାନେ ସେମାନଙ୍କ ସମ୍ପର୍କରେ ସ୍ୱାସ୍ଥ୍ୟ ବିଭାଗ କିମ୍ବା ଜିଲ୍ଲା ପ୍ରଶାସନକୁ ଜଣାଇବେ। ସେମାନଙ୍କୁ ସଂଗରୋଧରେ ରହିବାକୁ ନିବେଦନ କରାଯିବ। ଅତିକମରେ ସାତ ଦିନ ସଂଗରୋଧ ଓ ଆଉ ୭ ଦିନ ନିଜସ୍ୱ ଅବଜରଭେସନରେ ରହିବାକୁ କୁହାଯାଇଛି। ଏହି ୧୪ ଦିନ ଭିତରେ କିଛି ଲକ୍ଷଣ ଦେଖାଗଲେ, ଟେଷ୍ଟ କରାନ୍ତୁ। ଟେଷ୍ଟ ପଜିଟିଭ୍ ଆସିବା ପରେ ଜିନୋମ ସିକ୍ୱେନ୍ସିଂ କରାଯିବ। ଯେଉଁଥିରୁ ଜଣା ପଡ଼ିବ ଯେ ଆକ୍ରାନ୍ତଙ୍କ ଶରୀରରେ ଓମିକ୍ରନ ଭାରିଏଣ୍ଟ ଅଛି ନା ନାହିଁ ବୋଲି ନିରଞ୍ଜନ ମିଶ୍ର କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top