Breaking News
ଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀନବ ଦାସ ହତ୍ୟାର ସାନି ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଂଚ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ

ଆୟୁଷ୍ମାନ ବୟୋ-ବନ୍ଦନା ଯୋଜନାରେ ସାମିଲ ହେବେ ଅଧିକ ୬ ଲକ୍ଷ ନୂଆ ହିତାଧିକାରୀ

ସାରା ଦେଶର ୨୯ ହଜାର ତାଲିକାଭୁକ୍ତ ହସ୍ପିଟାଲରେ ମିଳିବ ଦେୟମୁକ୍ତ ଚିକିତ୍ସା

ଭୁବନେଶ୍ୱର(ଓଡ଼ିଶା ୱେୟାର):  ରାଜ୍ୟରେ ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ ଯୋଜନା ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନାରେ କ୍ୟାସଲେସ୍ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ଆସନ୍ତା ୫ବର୍ଷ ନିମନ୍ତେ ମୋଟ ୨୭ହଜାର ୧୯କୋଟି ୨୫ଲକ୍ଷ ଟଙ୍କାର ବ୍ୟୟ ଅଟକଳକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି । ଏହାସହିତ ୭ଟି ବିଭାଗର ମୋଟ ୧୦ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି ।
ରାଜ୍ୟ କ୍ୟାବିନେଟ୍ ବୈଠକର ନିଷ୍ପତ୍ତି ସମ୍ପର୍କରେ ଆଜି ବିଧାନସଭାକୁ ଅବଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଗତକାଲି ରାଜ୍ୟ କ୍ୟାବିନେଟର 16ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ 7ଟି ବିଭାଗ ଯଥା:- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ, ପଞ୍ଚାୟତିରାଜ ଓ ପାନୀୟଜଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର 10ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି।
 ଓଡିଶାର ଜନସାଧାରଣଙ୍କ ପାଇଁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ମିଳିତ ଭାବେ ଲାଗୁ କରିବା ପାଇଁ ରାଜ୍ୟ ସରକାର  ଜାତୀୟ ସ୍ଵାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହ ବୁଝାମଣା ପତ୍ର ସ୍ଵାକ୍ଷର କରିଛନ୍ତି।
ଏହି ନୂଆ ସମନ୍ୱିତ ଯୋଜନାରେ ପ୍ରାୟ ୧.୦୩ କୋଟି ପରିବାରର ୩.୪୬ କୋଟି ହିତାଧିକାରୀ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଓ ମହିଳା ସଦସ୍ୟ ମାନେ ଅତିରିକ୍ତ ୫ ଲକ୍ଷ ଟଙ୍କାର ଦେୟ ମୁକ୍ତ ଚିକିତ୍ସା (Cashless Treatment) ସୁବିଧା ପାଇବେ । ଏହାସହ, ୭୦ ବର୍ଷ ବା ତଦୁର୍ଦ୍ଧ୍ଵ ବୟସ୍କ, ଆର୍ଥିକ ବର୍ଗ ନିର୍ବିଶେଷରେ, ସମସ୍ତ ବ୍ୟକ୍ତି ମାନଙ୍କ ପାଇଁ ‘ଆୟୁଷ୍ମାନ ବୟୋ-ବନ୍ଦନା ଯୋଜନା’ ଲାଗୁ କରାଯିବ ।  ଏହା ଦ୍ଵାରା ସେମାନେ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କାର ଦେୟ ମୁକ୍ତ ଚିକିତ୍ସା ପାଇ ପାରିବେ ।
ଉଭୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତ ଭାବେ କାର୍ଯ୍ୟକାରୀ ହେଲେ:
(କ) ହିତାଧିକାରୀମାନେ ସାରା ଦେଶର ୨୯ ହଜାର ତାଲିକାଭୁକ୍ତ ଘରୋଇ ଏବଂ ସରକାରୀ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ପାଇବେ। ପୂର୍ବରୁ କେବଳ ୯୦୦ ହସ୍ପିଟାଲରେ ଏହି ସୁବିଧା ମିଳୁଥିଲା ।
(ଖ) AB PMJAY କାର୍ଯ୍ୟାନ୍ୱୟନ ପାଇଁ ଓଡ଼ିଶା ସରକାର ଭାରତ ସରକାରଙ୍କ ଠାରୁ କେନ୍ଦ୍ରୀୟ ଅଂଶଧନ ପାଇବେ ।
ସେହିପରି, ଆୟୁଷ୍ମାନ ବୟୋ-ବନ୍ଦନା ଯୋଜନାରେ ୭୦ ବର୍ଷ ବା ତଦୁର୍ଦ୍ଧ୍ଵ ବୟସର  ବ୍ୟକ୍ତିମାନେ ସାରା ଦେଶର ୨୯ ହଜାର ତାଲିକାଭୁକ୍ତ ଘରୋଇ ଏବଂ ସରକାରୀ ହସ୍ପିଟାଲରେ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ମୂଲ୍ୟର ଦେୟମୁକ୍ତ ଚିକିତ୍ସା ପାଇପାରିବେ । ଓଡ଼ିଶାର ଅଧିକ ୬ ଲକ୍ଷ ନୂଆ ହିତାଧିକାରୀ ଏଥିରେ ସାମିଲ ହେବାର ଆଶା କରାଯାଉଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟର ସବୁ ସରକାରୀ ଡାକ୍ତରଖାନାରେ ସମସ୍ତ ନାଗରିକମାନଙ୍କ ପାଇଁ ଦେୟମୁକ୍ତ ଚିକିତ୍ସା ବର୍ତ୍ତମାନ ପରି ଚାଲୁରହିବ । ରାଜ୍ୟ କ୍ୟାବିନେଟ୍ AB PMJAY- GJAY ବାବଦକୁ ୫ ବର୍ଷ, ଅର୍ଥାତ ୨୦୨୫-୨୬ ରୁ ୨୦୨୯-୩୦ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୨୭ ହଜାର ୧୯ କୋଟି ୨୫ ଲକ୍ଷ ଟଙ୍କାର ବ୍ୟୟ ଅଟକଳ ଅନୁମୋଦନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ।
Click to comment

Leave a Reply

Your email address will not be published. Required fields are marked *

Most Popular

To Top