Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

‘ଆୟୁଷ୍ମାନ ଭାରତ’କୁ ନା: ଅଗଷ୍ଟ ୧୫ରୁ ସାଢ଼େ ୩କୋଟି ଲୋକଙ୍କୁ ସ୍ୱାସ୍ଥ୍ୟବୀମା ସୁବିଧା

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ମହତ୍ୱାକାଂକ୍ଷୀ ବୀମା ଯୋଜନା ‘ଆୟୁଷ୍ମାନ ଭାରତ’ରେ ସାମିଲ ନହୋଇ ଓଡ଼ିଶା ସରକାର ସମାନ୍ତରାଳ ଭାବେ ସାମଗ୍ରିକ ବୀମା ଯୋଜନା ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’ ଘୋଷଣା କରିଛନ୍ତି । ଏହି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଗଷ୍ଟ ୧୫ତାରିଖରୁ କାର୍ଯ୍ୟକାରୀ ହେବ । ରାଜ୍ୟର ୭୦ଲକ୍ଷରୁ ଊଦ୍ଧ୍ୱର୍ ପରିବାରର ପ୍ରାୟ ସାଢ଼େ ୩କୋଟି ଲୋକ ଉପକୃତ ହେବେ । ଏବାବଦରେ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ।
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କରେ ଘୋଷଣା କରି କହିଛନ୍ତି ଯେ, ଆସନ୍ତା ଅଗଷ୍ଟ ୧୫ତାରିଖରୁ ରାଜ୍ୟରେ ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’ କାର୍ଯ୍ୟକାରୀ ହେବ । ସମଗ୍ର ରାଜ୍ୟର ୭୦ଲକ୍ଷରୁ ଊଦ୍ଧ୍ୱର୍ ପରିବାର ଏଥିରେ ସାମିଲ ହେବେ । ପ୍ରତ୍ୟେକ ପରିବାରକୁ ୫ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟବୀମା ସୁବିଧା ମିଳିବ । ଏହା ବ୍ୟତୀତ ସମସ୍ତ ସରକାରୀ ହସ୍ପିଟାଲ( ଉପକେନ୍ଦ୍ରରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ) ସମ୍ପୂର୍ଣ୍ଣ ମାଗଣାରେ ସ୍ୱାସ୍ଥ୍ୟସେବା ଉପଲବ୍ଧ ହେବ । ପ୍ରସୂତୀ, ନବଜାତ ଓ ଅସୁସ୍ଥ ଶିଶୁଙ୍କୁ ଡାକ୍ତରଖାନାରୁ ଘରକୁ ଆସିବା ପାଇଁ ସରକାର ୫୦୦ଟଙ୍କାର ଯାତାୟତ ଖର୍ଚ୍ଚ ମଧ୍ୟ ବହନ କରିବେ । ଏ ସମ୍ପର୍କରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ ପ୍ରାୟ ୭୦ଲକ୍ଷ ପରିବାରର ସାଢ଼େ ୩କୋଟି ଲୋକଙ୍କୁ ବାର୍ଷିକ ୫ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟସେବା ସୁରକ୍ଷା ସହାୟତା ମିଳିପାରିବ । ରାଜ୍ୟ ସରକାର ଏନେଇ ସମସ୍ତ ଖର୍ଚ୍ଚ ବହନ କରିବେ । ସେହିପରି ସମସ୍ତ ସରକାରୀ ହସ୍ପିଟାଲରେ ଉଭୟ ବିପିଏଲ୍ ଓ ଏପିଏଲ ରୋଗୀଙ୍କୁ ମାଗଣା ସ୍ୱାସ୍ଥ୍ୟସେବା ଓ ମେଡିସିନ୍ ସରକାର ଯୋଗାଇ ଦେବେ ।
ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ସାର୍ବଜନୀନ ବୀମା ଯୋଜନା ‘ଆୟୁଷ୍ମାନ ଭାରତ’କୁ ଓଡ଼ିଶାରେ କାର୍ଯ୍ୟକ୍ଷମ କରିବା ପାଇଁ ରାଜ୍ୟ ସରକାର ଆଗ୍ରହ ଦେଖାଇ ନଥିଲେ । ଆୟୁଷ୍ମାନ ଯୋଜନାରେ ଓଡ଼ିଶାର ୪୪ଲକ୍ଷ ପରିବାରକୁ ୫ଲକ୍ଷ ଟଙ୍କା ଲେଖାଏ ସ୍ୱାସ୍ଥ୍ୟବୀମା ଯୋଗାଇ ଦେବା ନିମନ୍ତେ କେନ୍ଦ୍ର ସରକାର ୬୦ ପ୍ରତିଶତ ଓ ରାଜ୍ୟ ସରକାର ୪୦ ପ୍ରତିଶତ ଅର୍ଥ ବହନ କରିଥାନ୍ତେ । ଏହି ଯୋଜନା ମାଧ୍ୟମରେ କେନ୍ଦ୍ରର ନେତୃତ୍ୱାଧୀନ ବିଜେପି ସରକାର ରାଜନୀତିକ ଫାଇଦା ନେବାର ଆଶଙ୍କା କରି ଓଡ଼ିଶାର କ୍ଷମତାସୀନ ବିଜେଡି ସରକାର ନିଜସ୍ୱ ଅର୍ଥରେ ଏହି ବୀମା ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top