Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧୬୯୦ କୋଟି ଟଙ୍କାର କୋଭିଡ୍ ସହାୟତା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): କରୋନା ମହାମାରୀଜନିତ ଲକ୍ ଡାଉନ୍ ଓ ସଟଡାଉନ୍ ଯୋଗୁଁ ଆର୍ଥିକ ଦୁଃସ୍ଥିତି ମଧ୍ୟରେ ଥିବା ରାଜ୍ୟର ଗରିବ ଲୋକ ଓ ଛାତ୍ରଛାତ୍ରୀଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୬୯୦.୪୬ କୋଟି ଟଙ୍କାର କୋଭିଡ୍ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକ ବିଶେଷକରି ରାଜ୍ୟର ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ମନରେଗା ଶ୍ରମିକ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ଏହି ପ୍ୟାକେଜ ଘୋଷଣା ହୋଇଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ୟାକେଜ ଘୋଷଣା କରି କହିଛନ୍ତି ଯେ, କୋଭିଡ ମହାମାରୀ ଦ୍ବାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି । କିନ୍ତୁ ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। କୋଭିଡ ମହାମାରୀର ପ୍ରଥମ ଲହର ସମୟରେ ଗତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ବିଭିନ୍ନ ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ କୋଭିଡ ମହାମାରୀର ପ୍ରତିକୂଳ ପ୍ରଭାବରୁ ବହୁ ପରିମାଣରେ ଆଶ୍ବସ୍ତି ଦେଇଥିଲା। କୋଭିଡର ଦ୍ବିତୀୟ ଲହର ଯୋଗୁ ରାଜ୍ୟର ବିଭିନ୍ନ ଅଂଚଳରେ ପର୍ଯ୍ୟାୟକ୍ରମେ ଗତ ଦୁଇ ମାସ ହେଲା ଲକ୍‌ଡାଉନ ଜାରି ରହିଛି। ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି। ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ ଘୋଷଣା କରାଯାଇଛି।
ଏହି ପ୍ୟାକେଜ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ଥିବା ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ହିତାଧିକାରୀ ପିଚ୍ଛା ୧୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ। କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ।
ସେହିପରି କୋଭିଡ ଲକ୍‌ଡାଉନ ସମୟରେ ସହରାଂଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥା ମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ। ମନରେଗା ଯୋଜନାରେ କାମ କରୁଥିବା ଶ୍ରମିକମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସହାୟତା ଭାବରେ ଦିଆଯିବ। ଅପ୍ରେଲ ୨୧ରୁ ଜୁନ୍‌ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ। ସୂଚନାଯୋଗ୍ୟ, ଏହି ସମୟ ମଧ୍ୟରେ ମନରେଗା ଯୋଜନାରେ ୬ କୋଟି ମାନବ ଦିବସ ସୃଷ୍ଟି କରାଯାଇଛି।
ରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କୁ ୧୫୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ଦିଆଯିବ। ଏ ବାବଦରେ ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ।
ସେହିପରି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ। ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ।
ସେହିପରି ରାଜ୍ୟର ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତିଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ଦିଆଯିବ। ଏ ବାବଦରେ ୩୩.୧୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ । ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କର ଅପ୍ରେଲରୁ ୨୧ରୁ ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ସେମାନଙ୍କ ପ୍ରି-ମାଟ୍ରିକ୍ ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ଯ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ଏବଂ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ।
ସ୍ବତନ୍ତ୍ର ବିଦ୍ୟାଳୟ ମାନଙ୍କରେ ପଢୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ ଏବଂ ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ଯ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ। ଏହାଦ୍ବାରା ୨୬, ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଘରେ ରହି ଅନ୍‌ଲାଇନ ଜରିଆରେ ପାଠ ପଢୁଥିବା ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କର ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧୨୪୫ ଟଙ୍କା ଦିଆଯିବ। ଏହାଦ୍ବାରା ୬୪୭୧ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀ ମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏ ଦିଆଯିବ। ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ସେହିପରି ୩୪୪ ଜଣ ଅଣ-ଆବାସିକ ଛାତ୍ରଛାତ୍ରୀମାନଙ୍କୁ ଅପ୍ରେଲ ୨୧ରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ୩୭୦ ଟଙ୍କା ଲେଖାଏ ମାସିକ ଅନୁଦାନ ଯୋଗାଇ ଦିଆଯିବ । ଏଥିପାଇଁ ୩ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ମଧ୍ୟ ରାଜ୍ୟ ସରକାର ଅନୁରୂପ କୋଭିଡ୍ ସହାୟତା ପ୍ୟାକେଜ୍ ଘୋଷଣା କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top