Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ବିଶେଷ

ପ୍ରାକ୍ ବଜେଟ୍ ବୈଠକ: ପର୍ଯ୍ୟଟନର ବିକାଶ ପାଇଁ ୧୦ହଜାର କୋଟି ଟଙ୍କାର ପ୍ୟାକେଜ୍ ମାଗିଲା ଓଡ଼ିଶା

ଭୁବନେଶ୍ୱର(ଓଡ଼ିଶା ୱେୟାର): ଓଡ଼ିଶାରେ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ପାଇଁ ୧୦ହଜାର କୋଟି ଟଙ୍କାର ପ୍ୟାକେଜ୍ ଆସନ୍ତା ୨୦୨୫-୨୬ ଆର୍ଥିକବର୍ଷର କେନ୍ଦ୍ରୀୟ ବଜେଟରେ ବ୍ୟବସ୍ଥା କରିବାକୁ ଓଡ଼ିଶା ଦାବି କରିଛି । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ରାଜସ୍ଥାନର ଜୈସଲମେରଠାରେ ଅନୁଷ୍ଠିତ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକରେ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଦାବି ସମେତ ମୋଟ୍ ୮ଟି ଦାବି ଉପସ୍ଥାପନ କରିଛନ୍ତି । ଏହି ଦାବିଗୁଡ଼ିକୁ ଅନୁଧ୍ୟାନ କରି ଉପଯୁକ୍ତ ପଦକ୍ଷେପ ନେବାକୁ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ସୀତାରମଣ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି ।
ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ୨୦୨୫-୨୬ ୍ରକେନ୍ଦ୍ରୀୟ ବଜେଟରେ ଓଡ଼ିଶା ପାଇଁ ଉପଯୁକ୍ତ ପଦକ୍ଷେପ ନେବା ନିମନ୍ତେ ଏକ ସ୍ମାରକପତ୍ର କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି । ସେଥିରେ ଭିତ୍ତିଭୂମି ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ପୁଞ୍ଜିନିବେଶ ନିମନ୍ତେ ସ୍ୱତନ୍ତ୍ର ସହାୟତା ଯୋଜନା ୨୦୨୫-୨୬(ଏସଏସିଆଇ) ଅଧୀନରେ ରାଜ୍ୟକୁ ଅଧିକ ଆବଂଟନ, ଓଡ଼ିଶାରେ ସହରୀକରଣ ପାଇଁ କେନ୍ଦ୍ର ସରକାରଙ୍କ ସହାୟତା, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅର୍ଥନୀତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବାକୁ ଗୋପାଳପୁର(ଲୁଣ ଖଳା) ଓ ଝାରସୁଗୁଡ଼ା ପାଇଁ ନୂଆ ଇଣ୍ଡଷ୍ଟ୍ରିଆଲ ଟାଉନସିପ୍ ଗଠନ ନିମନ୍ତେ ପ୍ରସ୍ତାବ, ଓଡ଼ିଶାରେ ନିବେଶକୁ ପ୍ରୋତ୍ସାହନ ପାଇଁ ଉପଯୁକ୍ତ ପରିବେଶ ସୃଷ୍ଟି ନିମନ୍ତେ କେନ୍ଦ୍ର ସରକାରଙ୍କ ବିଶେଷ ସହାୟତା, ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ୧୦ହଜାର କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ , ଆସନ୍ତା ଗ୍ରୀଷ୍ମପୂର୍ବରୁ ଲକ୍ଷ୍ୟଧାର୍ଯ୍ୟ ପ୍ରକଳ୍ପ ସମାପ୍ତ କରିବା ଓ ସମସ୍ତ ପ୍ରକଳ୍ପର ଅଗ୍ରଗତିକୁ ତ୍ୱରାନ୍ୱିତ କରିବାକୁ ଜଳଜୀବନ ମିଶନ(ଜେଜେଏମ) ଅଧୀନରେ ପର୍ଯ୍ୟାପ୍ତ ବଜେଟ୍ ବ୍ୟବସ୍ଥା, ଓଡ଼ିଶାର ଲୋକମାନଙ୍କର ନୂତନ ସରକାରଠାରୁ ଉଚ୍ଚଆଶା ପୂରଣ ଦିଗରେ ସ୍ୱାସ୍ଥ୍ୟସେବା,ଶିକ୍ଷା ଓ ଭିତ୍ତିଭୂମିରେ ବୈପ୍ଲବିକ ପରିବର୍ତ୍ତନ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା, ଆକାଂକ୍ଷା ବ୍ଳକ୍ ପ୍ରୋଗ୍ରାମ ଅନ୍ତର୍ଗତ ପୂର୍ବରୁ ଅନୁମୋଦିତ ୨୯ଟି ବ୍ଲକ୍ ବ୍ୟତୀତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଆଉ ୧୧ଟି ବ୍ଲକକୁ ଅନ୍ତର୍ଭୁକ୍ତ କରିବାକୁ ଓଡ଼ିଶା ସରକାର ପ୍ରସ୍ତାବ ଦେଇଛନ୍ତି ।
ଆଜିର ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ସହ ରାଜ୍ୟ ଅର୍ଥ ସଚିବ ଶାଶ୍ୱତ ମିଶ୍ର ମଧ୍ୟ ଯୋଗ ଦେଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top