Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ହିତାଧିକାରୀ ସଂଖ୍ୟା ବୃଦ୍ଧି ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର : ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଅନ୍ତର୍ଗତ ହିତାଧିକାରୀ ସଂଖ୍ୟା ବୃଦ୍ଧି କରିବାକୁ ଯୋଗାଣ ମନ୍ତ୍ରୀ ସୂର୍ୟ୍ୟନାରାୟଣ ପାତ୍ର ଆଜି କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଅନୁଯାୟୀ ଓଡ଼ିଶାକୁ ୩ କୋଟି ୨୬ ଲକ୍ଷ ୪୧ ହଜାର ୮୦୦ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ଲକ୍ଷ୍ୟ ଧାର୍ୟ୍ୟ କରାଯାଇଥିଲା, ଯାହାକି ୨୦୧୧ ଜନଗଣନା ଅନୁଯାୟୀ ଲୋକସଂଖ୍ୟାର ୭୮ ପ୍ରତିଶତ । ଇତିମଧ୍ୟରେ ୭ ବର୍ଷ ବିତିଯାଇଛି ଓ ୨୦୧୧ ଜନସଂଖ୍ୟା ସହିତ ତୁଳନା କଲେ ଓଡ଼ିଶାର ଜନସଂଖ୍ୟା ୧୦.୨୨ ପ୍ରତିଶତ ବୃଦ୍ଧି ପାଇଛି । ତେଣୁ,
ବର୍ତ୍ତମାନ ୭୮ ପ୍ରତିଶତ ଅନ୍ତର୍ଭୁକ୍ତ ଅନୁପାତକୁ ବଜାୟ ରଖିବା ପାଇଁ ଅତିରିକ୍ତ ୩୪ ଲକ୍ଷ ୪୪ ହଜାର ହିତାଧିକାରୀଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ମନ୍ତ୍ରୀ ଶ୍ରୀ ପାତ୍ର କେନ୍ଦ୍ରମନ୍ତ୍ରୀଙ୍କୁ ପତ୍ର ଲେଖିଛନ୍ତି । ଏହି ଦାବିକୁ ଅଗ୍ରାଧିକାର ଭିତ୍ତିରେ ବିଚାର କରି ଓଡ଼ିଶାରେ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି କରିବାକୁ ମନ୍ତ୍ରୀ ଶ୍ରୀ ପାତ୍ର ଅନୁରୋଧ ଚିଠିରେ ଉଲ୍ଲେଖ କରିଛନ୍ତି । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଏହି ମର୍ମରେ ପୂର୍ବରୁ ଏକ ଚିଠି ଲେଖିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top