Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଶ୍ରୀମନ୍ଦିର ସଂସ୍କାର ପାଇଁ ୩ଜଣିଆ ବିଶେଷଜ୍ଞ କମିଟି ଗଠିତ

ଭୁବନେଶ୍ୱର : ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନାରେ ସଂସ୍କାର ଆଣିବା ପାଇଁ ରାଜ୍ୟ ସରକାର ଜୁନ୍ ୧୨ ତାରିଖରେ ୩ଜଣିଆ ବିଶେଷଜ୍ଞ କମିଟି ଗଠନ କରିଛନ୍ତି । ଅତିରିକ୍ତ ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟି ଦେଶର ପ୍ରମୁଖ ମନ୍ଦିରର ପରିଚାଳନାକୁ ଅନୁଧ୍ୟାନ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେବେ । ଏପଟେ ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ପାଇଁ ଗଠିତ ଜଷ୍ଟିସ ରଘୁବୀର ଦାଶ କମିଶନଙ୍କ ପାଇଁ ରାଜ୍ୟ ସରକାର ଟର୍ମ ଅଫ୍ ରେଫରେନ୍ସ ଜାରି କରିଛନ୍ତି ।
ଆଇନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଏହି କମିଟିରେ କେନ୍ଦ୍ରାଞ୍ଚଳ ପୁଲିସ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମହିମୋହନ ତ୍ରିପାଠୀ ସଦସ୍ୟ ଅଛନ୍ତି । ଏହି ୩ଜଣିଆ ଟିମ୍ ବୈଷ୍ଣୋଦେବୀ ମନ୍ଦିର, ସୋମନାଥ ମନ୍ଦିର, ଅମୃତସରର ସ୍ୱର୍ଣ୍ଣ ମନ୍ଦିର ଓ ତିରୁପତି ମନ୍ଦିରକୁ ଯାଇ ସେଠାରେ ପରିଚାଳନା ବ୍ୟବସ୍ଥାର ଅନୁଧ୍ୟାନ କରିବେ । ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା ପାଇଁ ଯାହା ସଂଶୋଧନ ଆବଶ୍ୟକ ପଡ଼ିବ ସେ ନେଇ ସରକାରଙ୍କୁ ସୁପାରିସ କରିବେ । ସୂଚନାଯୋଗ୍ୟ, ପୂର୍ବରୁ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ପୋଷଣ କରି ଦେଶର ପ୍ରମୁଖ ମନ୍ଦିରଗୁଡ଼ିକର ପରିଚାଳନାକୁ ଅନୁଧ୍ୟାନ ପାଇଁ ବିଶେଷଜ୍ଞ କମିଟି ଗଠନ କରି ଏକ ରିପୋର୍ଟ ଦାଖଲ କରିବାକୁ ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଏହି କମିଟି ଜୁନ୍ ୩୦ତାରିଖ ସୁଦ୍ଧା ନିଜର ଆଭ୍ୟନ୍ତରୀଣ ରିପୋର୍ଟ ଦାଖଲ କରିବେ ବୋଲି ଆଇନ ବିଭାଗ ସୂତ୍ରରୁ ଜଣାପଡ଼ିଛି । ଟର୍ମ ଅଫ୍ ରେଫରେନ୍ସରେ ମୁଖ୍ୟତଃ ୩ଟି ଦିଗ ଉପରେ ତଦନ୍ତ କରିବାକୁ କମିଶନଙ୍କୁ କୁହାଯାଇଛି । ପ୍ରଥମତଃ କେଉଁ ପରିସ୍ଥିତିରେ ଭିତର ରତ୍ନଭଣ୍ଡାର ଚାବି ଉପଲବ୍ଧ ହେଉନି ତାହା ଯାଞ୍ଚ କରିବେ । ଦ୍ୱିତୀୟତଃ ଚାବି ନମିଳିବା ପାଇଁ କିଏ ଦାୟୀ ତାହା ମଧ୍ୟ ଖୋଜିବେ । ତୃତୀୟତଃ ଏଭଳି ପରିସ୍ଥିତି ଭବିଷ୍ୟତରେ ଏଡ଼ାଇବା ପାଇଁ କମିଶନ ତାଙ୍କର ପରାମର୍ଶ ଦେବେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top