Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଚଳିତ ମାସ ଶେଷ ସପ୍ତାହରୁ ଦୈନିକ ୩ ଲକ୍ଷ ଟିକା ଦେବାକୁ ରାଜ୍ୟ ସରକାରଙ୍କ ଲକ୍ଷ୍ୟ

ଭୁବନେଶ୍ୱର, (ଓଡ଼ିଶା ୱେୟାର): ସାମୁହିକ ଟିକାକରଣ ଓ କୋଭିଡ୍ ଗାଇଡଲାଇନ୍ ପାଳନ ମାଧ୍ୟମରେ ରାଜ୍ୟରେ କୋଭିଡ୍-୧୯ ସଂକ୍ରମଣକୁ ନିୟନ୍ତ୍ରଣ ପାଇଁ ଲକ୍ଷ୍ୟ ରଖିଥିବା ରାଜ୍ୟ ସରକାର ଚଳିତମାସ ଶେଷ ସପ୍ତାହରୁ ଦୈନିକ ୩ଲକ୍ଷ ଲୋକଙ୍କୁ ଟିକା ଦେବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଏ ସମ୍ପର୍କରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଆସନ୍ତା ସପ୍ତାହରୁ ରାଜ୍ୟକୁ ଆହୁରି ଟିକା ଆସିବ।
ତୃତୀୟ ଲହରର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ଏସଓପି ଜାରି କରିଛି। ଜିଲ୍ଲାପାଳ ଓ ସିଡିଏମଓମାନଙ୍କୁ ଏହି ଏସଓପି ପଠାଇ ଦିଆଯାଇଛି। ରାଜ୍ୟରେ ପର‌୍ୟ୍ୟାପ୍ତ ପରିମାଣର ଅକ୍ସିଜେନ୍ ଓ ମେଡିସିନ୍ ମହଜୁଦ୍ ରଖାଯାଇଛି। ଶିଶୁମାନଙ୍କ ଚିକିତ୍ସା ପାଇଁ ଟ୍ରେନିଂ କାମ ସରିଛି। ଶିଶୁଙ୍କ ଚିକିତ୍ସା ପାଇଁ ବିଶେଷ ଭାବେ ଧ୍ୟାନ ଦେବାକୁ କୁହାଯାଉଛି। ଶିଶୁଙ୍କ ନିମନ୍ତେ ଏବେ ୨୯୩୦ଟି ବେଡ୍ ଓ ୬୧୦ଟି ଆଇସିୟୁ ବେଡ୍ ପ୍ରସ୍ତୁତ ରଖାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି।
ଅନ୍ୟପକ୍ଷରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ଆଜି ସୁଦ୍ଧା ମୋଟ ୯୫ଲକ୍ଷ ୧୬ହଜାର ୬୬୯ଟି ଡୋଜ୍ ଟିକା ରାଜ୍ୟବାସୀଙ୍କୁ ପ୍ରଦାନ କରାଯାଇଛି। ଏଥିରେ ୧୮ରୁ ୪୪ବର୍ଷ ବୟସର ୧୨ଲକ୍ଷ ୧୪ହଜାର ୫୩୩ଜଣଙ୍କୁ ପ୍ରଥମ ଡୋଜ୍ ଓ ୧ଲକ୍ଷ ୪ହଜାର ୩୯୬ଜଣଙ୍କୁ ଦ୍ୱିତୀୟ ଡୋଜ୍ ଦିଆଯାଇଥିବାବେଳେ ୪୫ବର୍ଷ ବା ତଦୁର୍ଦ୍ଧ୍ୱ ବୟସର ୫୭ଲକ୍ଷ ୪୧ହଜାର ୭୫୧ଜଣଙ୍କୁ ପ୍ରଥମ ଡୋଜ୍ ଓ ୧୨ଲକ୍ଷ ୫୬ହଜାର ୮୩୧ଜଣଙ୍କୁ ଦ୍ୱିତୀୟ ଡୋଜ୍ ଟିକା ଦିଆଯାଇଛି। ଆସନ୍ତାକାଲି ରାଜ୍ୟର ୯୯୬ଟି ଟିକାକରଣ କେନ୍ଦ୍ରରେ କୋଭିଡ୍ ଟିକା ପ୍ରଦାନ କରାଯିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top