Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଛଟ୍ ପୂଜା ଓ ନଦୀରେ ସମୂହ ବୁଡ଼ ପକାଇବା ଉପରେ କଟକଣା

ଭୁବନେଶ୍ୱର(ଓଡ଼ିଶା ୱେୟାର): କରୋନା ମହାମାରୀ ସଂକ୍ରମଣ ଆଶଙ୍କାରେ ରାଜ୍ୟରେ ଛଟ୍ ପୂଜା ଓ ନଦୀରେ ବୁଡ଼ ପକାଇବା ଉପରେ କଟକଣା ଜାରି କରିଛନ୍ତି। ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ନିର୍ଦ୍ଦେଶାନାମା ଅନୁସାରେ , ଚଳିତ ନଭେମ୍ବର ୨୦ ଓ ୨୧ତାରିଖରେ ଛଟ୍ ପୂଜା ସମାରୋହ ପାଳନ ଓ ନଦୀରେ ସମୂହ ବୁଡ଼ ପକାଇବା ଉପରେ କଟକଣା ଜାରି ହୋଇଛି।

ଭୁବନେଶ୍ୱର(ଓଡ଼ିଶା ୱେୟାର): କରୋନା ମହାମାରୀ ସଂକ୍ରମଣ ଆଶଙ୍କାରେ ରାଜ୍ୟରେ ଛଟ୍ ପୂଜା ଓ ନଦୀରେ ବୁଡ଼ ପକାଇବା ଉପରେ କଟକଣା ଜାରି କରିଛନ୍ତି। ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ନିର୍ଦ୍ଦେଶାନାମା ଅନୁସାରେ , ଚଳିତ ନଭେମ୍ବର ୨୦ ଓ ୨୧ତାରିଖରେ ଛଟ୍ ପୂଜା ସମାରୋହ ପାଳନ ଓ ନଦୀରେ ସମୂହ ବୁଡ଼ ପକାଇବା ଉପରେ କଟକଣା ଜାରି ହୋଇଛି। ବିପର୍ଯ୍ୟୟ ପରିଚାଳନା ଆଇନ-୨୦୦୫ର ଧାରା ୨୪(୧) ଓ ଓଡ଼ିଶା ବିପର୍ଯ୍ୟର ପରିଚାଳନା ରୁଲ-୨୦୧୦ର ଧାରା ୮(୧) ଅନ୍ତର୍ଗତ ରାଜ୍ୟ ସରକାର ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। କୋଭିଡ-୧୯ ସଂକ୍ରମଣ ବ୍ୟାପିବା ଆଶଙ୍କାରେ ଲୋକଙ୍କ ସ୍ୱାର୍ଥରେ ରାଜ୍ୟ ସରକାର ଛଟପୂଜା ପାଳନ ଓ ସମୂହ ବୁଡ଼ ପକାଇବା ଉପରେ କଟକଣା ଜାରି କରିଥିବା କହିଛନ୍ତି।
ସମୂହ ଏକଜୁଟ ନହୋଇ ନିଜ ଘରେ ରହି ପୂଜାର୍ଚ୍ଚନା କରିବା ନିମନ୍ତେ ସାଧାରଣ ଲୋକଙ୍କୁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଥିବାବେଳେ ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧିବା ଓ ହାତ ସାନିଟାଇଜର କରିବାକୁ କୁହାଯାଇଛି।
ଯଦି କେହି ଏହି ନିର୍ଦ୍ଦେଶନାମାକୁ ଉଲ୍ଲଘଂନ କରନ୍ତି ତା’ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ବିପର୍ଯ୍ୟୟ ପରିଚାଳନା ଆଇନ-୨୦୦୫ ଓ ଅନ୍ୟାନ୍ୟ ଆଇନ ଅନ୍ତର୍ଗତ କାର୍ଯ୍ୟାନୁଷ୍ଠାନ ନିଆଯାଇ ଦଣ୍ଡିତ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top