Latest

୨୪ ଘଣ୍ଟାରେ ରାଜ୍ୟରେ ୫୬୫ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୬୩ ଛୁଆ

Posted on

ଭୁବନେଶ୍ୱର,(ଓଡ଼ିଶା ୱେୟାର) : ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୬୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ୧୮ ବର୍ଷରୁ କମ୍ ବର୍ଗର। ୫୬୫ ସଂକ୍ରମିତଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୩୭ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଅନୁଗୋଳରୁ ୮ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ୨୮, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ୪, କଟକରୁ୬୧, ଦେବଗଡ଼ରୁ ୩, ଢେଙ୍କାନାଳରୁ ୫, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୦, ଯାଜପୁର୨୮, ଝାରସୁଗୁଡ଼ା ୨, କଳାହାଣ୍ଡି ୩, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ୪, କେନ୍ଦୁଝରରୁ୪, କୋରାପୁଟରୁ ୪ଓ ମୟୂରଭଞ୍ଜରୁ ୨୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୟାଗଡ଼ରୁ ୨, ନୂଆପଡ଼ା ୩, ପୁରୀରୁ୧୨, ରାୟଗଡ଼ାରୁ୨, ସମ୍ବଲପୁରରୁ୧୧, ସୁନ୍ଦରଗଡ଼ରୁ ୬ ଓ ଷ୍ଟେଟପୁଲରୁ ୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୫୮୭୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦,୧୨,୧୧୬ସୁସ୍ଥ ହୋଇ ସାରିଥିବା ବେଳେ ୫,୫୧୩ଜଣ ଚିକିତ୍ସାଧୀନ ଅଛନ୍ତି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୯୨କୁ ବୃଦ୍ଧି ପାଇଛି। ଏହି ୫ଜଣଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨, ପୁରୀ, ଜଗତସିଂହପୁର ଓ ଭଦ୍ରକରୁ ଜଣେ ଲେଖାଏଁ ଆଖି ବୁଜି ଛନ୍ତି।

Leave a Reply

Your email address will not be published. Required fields are marked *

Most Popular

Exit mobile version