Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଗୃହରେ ସରକାରଙ୍କୁ ଘେରିଲେ ବିରୋଧି

ଭୁବନେଶ୍ୱର (ଓଡ଼ିଶା ୱେୟାର): ପାନୀୟ ଜଳ ପ୍ରକଳ୍ପ ଓ ପିଇବା ପାଣି ସଙ୍କଟ ନେଇ ଗୃହରେ ଉଦବେଗ ପ୍ରକାଶ ପାଇଛି । ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ବିଳମ୍ବ ନେଇ ଗୃହରେ ଆଲୋଚନା ବେଳେ ପିଇବା ପାଣି ପ୍ରସଙ୍ଗ ମଧ୍ୟ ଉଠାଇ ଉଭୟ ଶାସକ ଓ ବିରୋଧୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଖରାଦିନେ ପିଇବା ପାଣି ସଙ୍କଟ ପ୍ରସଙ୍ଗ ଉଠାଇଛନ୍ତି କଂଗ୍ରେସ ବିଧାୟକ ନରସିଂହ ମିଶ୍ର, ତାରା ପ୍ରସାଦ ବାହିନୀପତି । ମେଗା ପାଇପ ପାଣି ପହଁଚିବା ପର୍ଯ୍ୟନ୍ତ ସରକାର କେଉଁ ବ୍ୟବସ୍ଥା କରୁଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଶସକ ବିଧାୟକ ପ୍ରଦୀପ ଅମାତ ।
ଯଦି ନ ହୋଇଛି ଟ୍ୟୁବୱେଲ ଯୋଗେ ପାଣି ଯୋଗାଇବାକୁ ସେ ଦାବି କରିଛନ୍ତି । ସେହିପରି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ସରକାରଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି ୨୨ ବର୍ଷ ଭିତରେ ମାତ୍ର ୯ଟି ପାନୀୟ ଜଳ ପ୍ରକଳ୍ପ ହୋଇଛି । ପୁରୁଣା ପ୍ରକଳ୍ପ ସବୁ ଅଚଳ ହୋଇପଡ଼ିଥିବା ସେ କହିଛନ୍ତି । ସେପଟେ ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ପୌରାଂଚଳରେ ସବୁ ଘରକୁ ପାଇପ ଯୋଗେ ପାଣି ଯୋଗାଇବେ ବୋଲି ଉତ୍ତର ରଖିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ୨୦୨୪ ସୁଦ୍ଧା ରାଜ୍ୟର ସମସ୍ତ ଗ୍ରାମାଂଚଳରେ ସବୁ ଘରକୁ ପାଇପ ଯୋଗେ ପାଣି ଯୋଗାଇଦବାକୁ ସରକାର ଲକ୍ଷ୍ୟ ରଖିଥିବା କହିଛନ୍ତି ମନ୍ତ୍ରୀ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top