Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଖଣ୍ଡଗିରିରେ ଓଟିଡିସିର ୱୁଡେନ୍ କାଫେ ଓ ରେଷ୍ଟୁରାଣ୍ଟ, ସେଲ୍‌ଫି ଜୋନ: ଶିଳାନ୍ୟାସ କଲେ ଓଟିଡିସି ଅଧ୍ୟକ୍ଷା

ଭୁବନେଶ୍ୱର, (ଓଡ଼ିଶା ୱେୟାର) :ରାଜ୍ୟରେ ଆଧୁନିକ ମାନର ଯୁଗପଯୋଗୀ ପର୍ଯ୍ୟଟନ ଭିତ୍ତିଭୂମି ନିର୍ମାଣ ଓ ଉନ୍ନତିକରଣ ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଉଥିବାବେଳେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଦ୍ୱାରା ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ପାହାଡ଼ ପାଦଦେଶସ୍ଥିତ ‘ପାନ୍ଥିକା’ର ନବକଳେବର ପାଇଁ ପଦକ୍ଷେପ ନିଆଯାଇଛି । ଏହି ପାନ୍ଥିକାରେ ଆଧୁନିକ ସୁବିଧାସୁଯୋଗଯୁକ୍ତ ୱୁଡେନ୍ କାଫେ ଓ ରେଷ୍ଟୁରାଣ୍ଟ, ବିବାହ ମଣ୍ଡପ ଓ ସେଲଫି ଜୋନ୍ ସମେତ ଅନ୍ୟାନ୍ୟ ଉନ୍ନତମାନ ଭିତ୍ତିଭୂମି ନିର୍ମାଣ କରିବା ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି । ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଆଜି ଏଠାରେ ବହୁମୁଖୀ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।

ଏହି ପ୍ରକଳ୍ପଗୁଡ଼ିକର ଶିଳାନ୍ୟାସ କରି ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର କହିଛନ୍ତି ଯେ, ରାଜ୍ୟକୁ ଅଧିକ ସଂଖ୍ୟକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ଏବେ ରାଜ୍ୟତମାମ ଭିତ୍ତିଭୂମି ନିର୍ମାଣ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ବିକାଶ ଉପରେ ଗୁରୁତ୍ୱ ଦେଇ ଘରୋଇ ତଥା ଦେଶବିଦେଶର ପର୍ଯଟକଙ୍କ ନିମନ୍ତେ ଆବଶ୍ୟକ ଭିତ୍ତିଭୂମି ଉପଲବ୍ଧ କରାଇବାକୁ ପରାମର୍ଶ ଦେଇଛନ୍ତି । ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ(ଏଏସଆଇ)ର ଗାଇଡଲାଇନକୁ ପାଳନ କରି ଖଣ୍ଡଗିରି ପାହାଡ଼ ପାଦଦେଶରେ ଥିବା ‘ପାନ୍ଥିକା’ର ନବକଳେବର କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଖଣ୍ଡଗିରି ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନଙ୍କୁ ପାନ୍ଥିକାରେ ‘ୱୁଡେନ୍ କାଫେ’ ସମେତ ଅନ୍ୟାନ୍ୟ ନବକଳେବର ନିଶ୍ଚିତ ଭାବେ ଆକୃଷ୍ଟ କରିବ ।
ସେହିପରି ଓଟିଡିସି ପରିଚାଳନା ନିର୍ଦ୍ଦେଶକ ତଥା ରାଜ୍ୟ ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ଆର ଯାଦବ କହିଛନ୍ତି ଯେ, ପାନ୍ଥିକାର ନବକଳେବର କାର୍ଯ୍ୟ ଖୁବଶୀଘ୍ର ଶେଷ ହେବ । ଏଠାରେ ସ୍ଥାନାନ୍ତରଯୋଗ୍ୟ ରେଷ୍ଟୁରାଣ୍ଟ, ‘ୱୁଡେନ୍ କାଫେ’ , ବସିବା ନିମନ୍ତେ ସୁନ୍ଦର ଗମ୍ବୁଜ, ସେଲଫି ଜୋନ୍ ସମେତ ବିବାହ ମଣ୍ଡପ ନିର୍ମାଣ କାର୍ଯ୍ୟ କରାଯିବାକୁ ନିଷ୍ପତ୍ତି ହୋଇଛି । ପାର୍କିଂ ନିମନ୍ତେ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି । ଏଥିପାଇଁ ରାଜ୍ୟ ସରକାର ଆବଶ୍ୟକ ପାଣ୍ଠି ବ୍ୟୟବରାଦ କରିଛନ୍ତି । ଏହି ନବକଳେବର କାର୍ଯ୍ୟରେ ମୋଟ ୧.୬୭ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖାଯାଇଛି ।
ଏହି ଅବସରରେ ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର, ଓଟିଡିସିର ଜେନେରାଲ ମ୍ୟାନେଜର ଶାନ୍ତନୁ ମହାନ୍ତି,କମ୍ପାନୀ ସେକ୍ରେଟେରୀ ପ୍ରଶାନ୍ତ ପଣ୍ଡା, ଡିଭିଜିନାଲ ମ୍ୟାନେଜର ପ୍ରଣବ କୁମାର ଚାନ୍ଦ, ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ଶଶାଙ୍କ ଶେଖର ଦାଶ, ମାର୍କେଟିଂ ମ୍ୟାନେଜର ରଞ୍ଜନ ମିଶ୍ରଙ୍କ ସମେତ ଓଟିଡିସିର ଅନ୍ୟ ପଦାଧିକାରୀମାନେ ଯୋଗ ଦେଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top