Latest

ପଞ୍ଚାୟତ ନିର୍ବାଚନ: ଖୁବଶୀଘ୍ର ପ୍ରକାଶ ପାଇବ ସଂରକ୍ଷଣ ଚିଠା ତାଲିକା

Posted on

ଭୁବନେଶ୍ବର (ଓଡ଼ିଶା ୱେୟାର): ଆଗକୁ ରହିଛି ପଞ୍ଚାୟତ ନିର୍ବାଚନ। ଏବେଠାରୁ କିନ୍ତୁ ନିର୍ବାଚନୀ ମାହୋଲ ବେଶ ଉଷ୍ମ ହୋଇ ପଡ଼ିଛି। ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଖୁବ ଶୀଘ୍ର ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଇବ। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ, ସେନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଇବ। ଓ୍ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ବ୍ଲକ ଚେୟାରମ୍ୟାନ, ଜିଲ୍ଲା ପରିଷଦ ସଦସ୍ୟଙ୍କ ସଂରକ୍ଷଣ ଲାଗି ଏହି ଚିଠା ତାଲିକା ପ୍ରକାଶ ପାଇବ।

ଓ୍ୱାର୍ଡ ମେମ୍ବର, ସରପଞ୍ଚ, ସମିତିସଭ୍ୟ, ବ୍ଲକ ଚେୟାରମ୍ୟାନ ପାଇଁ ଯଦି କିଏ ଚାହିଁବେ ଆସନ୍ତା ୧୬ ତାରିଖରେ ଆପତ୍ତି କରିପାରିବେ। ୨୧ ତାରିଖ ସୁଦ୍ଧା ଜିଲ୍ଲାପାଳଙ୍କ ଦ୍ୱାରା ଆପତ୍ତି ଅଭିଯୋଗର ଶୁଣାଣି କରାଯାଇ ସମାଧାନ କରାଯିବ। ୨୬ ତାରିଖରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ସେହିପରି ଜିଲ୍ଲା ପରିଷଦ ସଦସ୍ୟ ସଂରକ୍ଷଣ ପାଇଁ ଆପତ୍ତି ଥିଲେ ୧୮ ତାରିଖ ସୁଦ୍ଧା ଅଭିଯୋଗ କରିପାରିବେ। ୨୨ ତାରିଖରେ ଶୁଣାଣି କରାଯାଇ ଜିଲ୍ଲାପାଳଙ୍କ ଦ୍ୱାରା ସମାଧାନ କରାଯିବ। ୨୯ ତାରିଖରେ ସରକାରଙ୍କ ଅନୁମୋଦନ ନିଆଯାଇ ୩୦ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ଜିଲ୍ଲା ପରିଷଦ ଅଧ୍ୟକ୍ଷ ଆସନ ପାଇଁ ୧୬ ତାରିଖରେ ସଂରକ୍ଷଣ ଚିଠା ତାଲିକା ପ୍ରକାଶ ହେବ। ୩୦ ତାରିଖ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରି ରାଜ୍ୟ ନିର୍ବାଚନ କମିଶନଙ୍କୁ ଦିଆଯିବ।

Leave a Reply

Your email address will not be published. Required fields are marked *

Most Popular

Exit mobile version