Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଖେଳରତ୍ନ ଦୌଡରେ ପାରା ଶଟଲର ପ୍ରମୋଦ

ଭୁବନେଶ୍ୱର, (ଓଡ଼ିଶା ୱେୟାର):
ବିଶ୍ୱର ଏକ ନମ୍ବର ପାରା ଶଟଲର୍ ପ୍ରମୋଦ ଭଗତଙ୍କ ନାଁ ସମ୍ମାନଜନକ ରାଜୀବ ଗାନ୍ଧି ‘ଖେଳ ରତ୍ନ’ ପୁରସ୍କାର ପାଇଁ ସୁପାରିସ୍ କରାଯାଇଛି। ଓଡ଼ିଶା ପାରା ସ୍ପୋର୍ଟ୍ସ ଆସୋସିଏସନ୍ ପ୍ରମୋଦଙ୍କ ନାଁ ଦେଶର ଏହି ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ପାଇଁ ସୁପାରିସ୍ କରିଛି।
୨୦୧୭ରୁ ୨୦୨୧ ମଧ୍ୟରେ ପ୍ରମୋଦ ମୋଟ ୩୬ଟି ଅନ୍ତର୍ଜାତୀୟ ପଦକ ଜିତିଛନ୍ତି। ଯେଉଁଥିରେ ବିଶ୍ୱ ଚାମ୍ପିୟନଶିପରେ ଦୁଇଟି ସ୍ୱର୍ଣ୍ଣ ଓ ଏସିଆନ୍ ପାରା ଗେମ୍ସରେ ଗୋଟିଏ ସ୍ୱର୍ଣ୍ଣ ତାଙ୍କ ନାଁରେ ରହିଛି। ୫ଥରର ବିଶ୍ୱ ଚାମ୍ପିୟନଶିପ୍ ଟାଇଟଲ୍ ବିଜେତା ପ୍ରମୋଦ ଭଗତ ୨୦୧୯ରେ ଅର୍ଜୁନ ପୁରସ୍କାର ପାଇଥିଲେ। ୨୦୨୧ ଟୋକିଓ ପାରାଅଲିମ୍ପିକରେ ପ୍ରମୋଦଙ୍କୁ ଭାରତର ସବୁଠାରୁ ଅଧିକ ପଦକ ଦାବିବାର କୁହାଯାଉଛି।
‘ଖେଳ ରତ୍ନ’ ପାଇଁ ମନୋନୀତ ହେବା ପରେ ପ୍ରମୋଦ ବହୁତ ଖୁସି ହୋଇଛନ୍ତି। ସେ କହିଛନ୍ତି, ପାରାଅଲିମ୍ପିକରେ ସ୍ୱର୍ଣ୍ଣ ପଦକ ଜିତିବା ମୋର ଏକମାତ୍ର ସ୍ୱପ୍ନ ଏବଂ ଏବେ ମୁଁ ଟ୍ରେନିଂ ଉପରେ ଫୋକସ୍ କରୁଛି। ଏହା ପୂର୍ବରୁ ରାଜ୍ୟ ସରକାର ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧି ‘ଖେଳ ରତ୍ନ’ ପାଇଁ ଭାରତର ଅଗ୍ରଣୀ ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦଙ୍କ ନାଁ ସୁପାରିସ୍ କରିଥିଲେ। ସେହିପରି ପୁରୁଷ ହକି ଦଳର ଷ୍ଟାର୍ ଡିଫେଣ୍ଡର୍ ବୀରେନ୍ଦ୍ର ଲାକ୍ରାଙ୍କ ନାଁ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ୍ କରିଛନ୍ତି ରାଜ୍ୟ ସରକାର। ଏହାଛଡ଼ା ଦ୍ରୋଣାଚାର‌୍ୟ୍ୟ ପୁରସ୍କାର ପାଇଁ କୋଚ୍ କାଳୁ ଚୌଧୁରୀ ଏବଂ ଧ୍ୟାନଚାନ୍ଦ ପୁରସ୍କାର ପାଇଁ ପୂର୍ବତନ ଆଥଲେଟ୍ ଅନୁରାଧା ବିଶ୍ୱାଳଙ୍କ ନାଁ ସୁପାରିସ୍ କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top