Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ବିଧାନସଭା ପାଇଁ ୩ଦଳର ରଣନୀତି ଚୂଡ଼ାନ୍ତ

ଭୁବନେଶ୍ଵର : ବିଧାନସଭା ମୌସୁମୀ ଅଧିବେଶନ ପାଇଁ ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଆଜି ସନ୍ଧ୍ୟାରେ ନିଜର ରଣନୀତିକୁ ଚୂଡ଼ାନ୍ତ ରୂପ ଦେଇଛନ୍ତି।
ଏହି ୧୧ଦିନିଆ ଅଧିବେଶନରେ ଶାସକ ବିଜେଡି ପକ୍ଷରୁ କେନ୍ଦ୍ରୀୟ ଅବହେଳାକୁ ମୁଖ୍ୟ ପ୍ରସଙ୍ଗ କରାଯିବ। ବିରୋଧୀ ଦଳ ରାଜ୍ୟ ସ୍ୱାର୍ଥ ସହ ଜଡ଼ିତ ଯେକୋୖଣସି ପ୍ରସଙ୍ଗ ଉଠାଇବ ତା ଉପରେ ଆଲୋଚନା କରାଯିବ ବୋଲିି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବିଜେଡି ବିଧାୟକ ଦଳ ବୈଠକ ପରେ ଶ୍ରୀ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି।
ସେହିପରି ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ, ଏହି ଅଧିବେଶନରେ ଓଡ଼ିଶା ବିଧାନସଭା ସଦସ୍ୟଙ୍କ ଦରମା,ଭତା ଓ ପେନସନ(ସଂଶୋଧନ) ବିଲ୍-୨୦୧୮,ଓଡ଼ିଶା ମନ୍ତ୍ରୀଙ୍କ ଦରମା, ଭତା, ଓ ପେନସନ(ଦ୍ୱିତୀୟ ସଂଶୋଧନ) ବିଲ୍ -୨୦୧୮, ଗାନ୍ଧି ଇଞ୍ଜିନିୟରିଂ କଲେଜ ଓ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ ବିଲ୍-୨୦୧୮ ଏବଂ ଓଡ଼ିଶା ସମବାୟ ସୋସାଇଟି(ସଂଶୋଧନ) ବିଲ୍-୨୦୧୮ ଆସିବ।
ସେହିପରି ବିଜେପି ବିଧାୟକ ଦଳ ବୈଠକ ପରେ ବିଧାୟକ ପ୍ରଦୀପ ପୁରୋହିତ କହିଛନ୍ତି ଯେ ଶିକ୍ଷକଙ୍କ ସମସ୍ୟା , ଆମ ଗାଁ ଆମ ବିକାଶ ନାଁ ରେ ସରକାରୀ ଅର୍ଥରେ ଦୂରୂପଯୋଗ , ଫସଲ ବୀମା ଆଦି ପ୍ରସଙ୍ଗ ଉଠାଇବ। ସେହିପରି କଂଗ୍ରେସ ମଧ୍ୟ ଆଇନ ଶୃଙ୍ଖଳା ପରିସ୍ଥିତି, ର୍ଦୁନୀତି , ଚାଷୀ ସମସ୍ୟା ଆଦି ଉଠାଇବାକୁ ଗୁରୁତ୍ବ ଦେବ ବୋଲି ନିଷ୍ପତ୍ତି ନେଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top