Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମହାକାଳପଡ଼ାବାସୀ

ଭୁବନେଶ୍ୱର : ୨୦୦ଟି ଗାଁକୁ ପାଇପ୍ ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଥିବାରୁ ମହାକାଳପଡ଼ା ନିର୍ବାଚନମଣ୍ଡଳୀର ୨ଟି ବ୍ଲକର ଲୋକମାନେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ।
ମହାକାଳପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ନେତୃତ୍ୱରେ ମହାକାଳପଡ଼ା ଓ ମାର୍ଶାଘାଇ ବ୍ଲକ୍ର ପ୍ରାୟ ଶହ ଶହ ଲୋକ ଏକ ବିଶାଳ ଶୋଭାଯାତ୍ରାରେ ନବୀନ ନିବାସ ଆସି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଭେଟିଥିଲେ । ସ୍ଥାନୀୟ ଅଂଚଳର ନେତାମାନେ ମୁଖ୍ୟମନ୍ତ୍ରୀଙ୍କୁ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରିଥିଲେ । ଦୀର୍ଘବର୍ଷ ଧରି ପିଇବା ପାଣି ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ପଦକ୍ଷେପ ପାଇଁ କୃତଜ୍ଞତା ଜଣାଇଥିଲେ । ଏହି ଅବସରରେ ମହାକାଳପଡ଼ା ବ୍ଲକ୍ ଅଧ୍ୟକ୍ଷା ସସ୍ମିତା ବିଶ୍ୱାଳ, ମାର୍ଶାଘାଇ ବ୍ଲକ୍ ଅଧ୍ୟକ୍ଷା ସୀତାଲତା ପରିଡ଼ା, ଦୁଇ ବ୍ଲକର ନିର୍ବାଚିତ ପଂଚାୟତ ପ୍ରତିନିଧି ଓ ଜିଲ୍ଲା ପରିଷଦ ସଭ୍ୟ, ଦଳୀୟ ସଂଗଠନର ସ୍ଥାନୀୟ ପଦାଧିକାରୀଙ୍କ ସମେତ ବହୁ ସାଧାରଣ ଲୋକ ସାମିଲ ହୋଇଥିଲେ । ସ୍ଥାନୀୟ ବିଧାୟକ ଶ୍ରୀ ନାୟକଙ୍କ ଦୀର୍ଘଦିନର ପ୍ରଚେଷ୍ଟା ଓ ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ଯୋଗୁ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି ବୋଲି ସ୍ଥାନୀୟ ଲୋକମାନେ ମତ ଦେଇଛନ୍ତି । ସୂଚନାଯୋଗ୍ୟ ଦୀର୍ଘବର୍ଷ ଧରି ଏହି ଦୁଇ ବ୍ଲକର ପ୍ରାୟ ୨୦୦ ଗାଁର ଲୋକମାନେ ପାଣି ପାଇଁ ସମସ୍ୟା ଭୋଗୁଥିଲେ । ରାଜ୍ୟ ସରକାର ଗତ ସପ୍ତାହରେ ୨୦୪ କୋଟି ଟଙ୍କାର ଏକ ବୃହତ ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି ଓ ୨ବର୍ଷ ମଧ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ବୋଲି ଜଣାପଡ଼ିଛି । ତାଳସଙ୍ଗା ନିକଟ ଲୁଣା ନଦୀ ପାଣିରୁ ପାଇପ୍ ଯୋଗେ ପାଣି ଅଣାଯାଇ ଏହି ୨୦୦ଟି ଗାଁକୁ ଯୋଗାଣ କରାଯିବ ଓ ପ୍ରାୟ ୨.୩୪ ଲକ୍ଷ ଲୋକ ଏହାଦ୍ୱାରା ଉପକୃତ ହେବେ । ସ୍ଥାନୀୟ ବିଧାୟକ ଶ୍ରୀ ନାୟକଙ୍କ ଦୀର୍ଘଦିନର ପ୍ରଚେଷ୍ଟା ଓ ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ଯୋଗୁ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି ବୋଲି ସ୍ଥାନୀୟ ଲୋକମାନେ ମତ ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top