Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଶପଥ ନେଲେ ପିପିଲିର ନବନିର୍ବାଚିତ ବିଧାୟକ ରୁଦ୍ର

ଭୁବନେଶ୍ୱର(ଓଡ଼ିଶା ୱେୟାର): ଶପଥ ନେଲେ ପିପିଲିର ନବନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥୀ । ବିଧାନସଭାରେ ଆଜି ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ଅଞ୍ଚଳର ବିକାଶ ମୋର ପ୍ରଥମ ଲକ୍ଷ୍ୟ । ଆଜି ଶପଥ ନେବା ପରେ ଆସନ୍ତାକାଲିଠୁ ଏଦିଗରେ କାମ ଆରମ୍ଭ କରିଦେବି। ଏହାବାଦ ଆଚରଣବିଧିର ଆଜି ଶେଷ ଦିନ । କାଲିଠୁ ଅଫିସିଆଲ ପ୍ରୋସେସ୍‌ ଆରମ୍ଭ ହୋଇଯିବ ବୋଲି ଶପଥ ପାଠ ପରେ ଗଣମାଧ୍ୟମ ପ୍ରତିନିଧୀଙ୍କୁ ସୂଚନା ଦେଇଛନ୍ତି ରୁଦ୍ର।
ଏଥର ଉପନିର୍ବାଚନରେ ବିଜେଡିର ରୁଦ୍ର ପ୍ରତାପ ମହାରଥୀ ବାଜି ମାରିନେଇଛନ୍ତି । ସେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୨୦ ହଜାରରୁ ଅଧକ ଭୋଟରେ ପରାସ୍ତ କରି ପିପିଲି ଆସନ ହାତେଇଛନ୍ତି । ରୁଦ୍ର ମହାରଥୀ ୯୬ ହଜାର ୯୭୨ଟି ଭୋଟ୍ ପାଇଥିଲେ ।

ସୂଚନାଯୋଗ୍ୟ, ସ୍ୱଗର୍ତ ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ପରେ ଖାଲି ପଡ଼ିଥିବା ପିପିଲି ଆସନକୁ ଦଖଲ କରିଛନ୍ତି ତାଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀ । ପିପିଲିରେ ବିଜେଡି ପ୍ରାର୍ଥୀ ତଥା ସ୍ୱଗର୍ତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀ ବଡ଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ୨୦,୯୧୬ ଭୋଟରେ ପରାସ୍ତ କରିଛନ୍ତି। ଏହି ପରାଜୟ ସହ ଆଶ୍ରିତଙ୍କର ବିଜୟ ଆଶା ଧୂଳିସାତ୍ ହୋଇଛି। ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେତନ ମହାପାତ୍ର ଅମାନତ ହରାଇଛନ୍ତି।

ଚଳିତ ଥର ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ ଲକ୍ଷ ୨୯ ହଜାର ୯୯୮ ଜଣ ଭୋଟର ଥିବା ବେଳେ ସେମାନଙ୍କ ମଧ୍ୟରୁ ୭୮.୨୫ % ସେମାନଙ୍କ ମତ ସାବ୍ୟସ୍ତ କରିଥିଲେ। ୧୯୯୫ ମସିହା ପରେ ପିପିଲି ନିର୍ବାଚନ ମଣ୍ଡଳୀରେ ଏହା ସର୍ବାଧିକ ମତଦାନ। ୧୯୯୫ ମସିହାରେ ଏଠାରେ ୮୨.୩% ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଥିଲେ। ଏଥର ଉପନିର୍ବାଚନ ପାଇଁ ୩୪୮ଟି ବୁଥ୍ କରାଯାଇଥିଲା। ସେଥିରୁ ୨୦୧ଟି ସମ୍ବେଦନଶୀଳ ବୁଥ୍‌ରେ କୌଣସି ପ୍ରକାର ଗଡ଼ବଡ଼କୁ ଏଡ଼ାଇବାକୁ ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top