Latest

ଅକ୍ଟୋବରରେ ଖୋଲିପାରେ ପ୍ରାଥମିକ ସ୍କୁଲ

Posted on

ଭୁବନେଶ୍ବର (ଓଡ଼ିଶା ୱେୟାର) : ଅକ୍ଟୋବରରେ ଖୋଲିପାରେ ସ୍କୁଲ। ରାଜ୍ୟରେ ଗତ ମାସକ ମଧ୍ୟରେ କରୋନା ସଂକ୍ରମଣ ବହୁ ପରିମାଣରେ ହ୍ରାସ ପାଇଥିବାରୁ ସରକାର ପ୍ରାଥମିକ ବିଦ୍ୟାଳୟ ଖୋଲିବାକୁ ଯୋଜନା କରୁଛନ୍ତି। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ SOP ତିଆରି ଚାଲିଛି। ଆସନ୍ତା ୧୫ ଦିନ ମଧ୍ୟରେ ଯଦି କରୋନା ସଂକ୍ରମଣ ବୃଦ୍ଧି ନ ହୁଏ ତେବେ ଅକ୍‌ଟୋବର ପ୍ରଥମ ସପ୍ତାହ କିମ୍ବା ଦଶହରା ପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ ପାଠପଢା ଆରମ୍ଭ ହେବ।
ଏଥି ସହିତ ଦଶହରା ପୂର୍ବରୁ କ୍ୟାମ୍ପସ ସାନିଟାଇଜେସନ୍‌ ଉପରେ ଗୁରୁତ୍ୱ ଦେବାକୁ ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା ପ୍ରକଳ୍ପ ସଂଯୋଜକ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କୁ କୁହାଯାଇଛି। ଦୁଇ ଦିନ ତଳେ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ଆଲୋଚନା ହୋଇଥିଲା। ସ୍କୁଲ ଖୋଲିବା ନେଇ ଯେ କୌଣସି ସମୟରେ ନିଷ୍ପତ୍ତି ନିଆଯାଇପାରେ। ରାଜ୍ୟ ସରକାର ଏନେଇ ଚୂଡାନ୍ତ ନିଷ୍ପତ୍ତି ନେବେ। ପ୍ରାଥମିକ ବିଦ୍ୟାଳୟ ଖୋଲିବା ସପକ୍ଷରେ ବିଶେଷଜ୍ଞମାନେ ମଧ୍ୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Most Popular

Exit mobile version