Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ପ୍ରଶାନ୍ତ,ସୌମ୍ୟ ଓ ଅଚ୍ୟୁତ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର : ଶେଷରେ ବିଜେଡି ନିଜର ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଆଜି ବିଜେଡିରେ ଆନୁଷ୍ଠାନିକ ଭାବେ ସାମିଲ ହୋଇଥିବା ଆମ ଓଡ଼ିଶା ପାର୍ଟି ଅଧ୍ୟକ୍ଷ ସୌମ୍ୟ ରଞ୍ଜନ ପଟ୍ଟନାୟକ, ଶିକ୍ଷାବିତ୍ ଅଚ୍ୟୁତ ସାମନ୍ତଙ୍କୁ ଦଳ ରାଜ୍ୟସଭା ପାଇଁ ପ୍ରାର୍ଥୀ କରିଛି । ସେହିପରି ଦଳର ବରିଷ୍ଠ ନେତା ପ୍ରଶାନ୍ତ ନନ୍ଦଙ୍କୁ ମଧ୍ୟ ପ୍ରାର୍ଥୀ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଅପରାହ୍ନରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ପ୍ରଶାନ୍ତ ନନ୍ଦ, ସୌମ୍ୟରଞ୍ଜନ ପଟ୍ଟନାୟକ ଓ ଅଚ୍ୟୁତ ସାମନ୍ତ ରାଜ୍ୟସଭା ପାଇଁ ବିଜେଡି ପ୍ରାର୍ଥୀ ହେବେ । ଆସନ୍ତା ୧୨ତାରିଖ ରାଜ୍ୟସଭା ପ୍ରାର୍ଥୀପତ୍ର ଦାଖଲର ଶେଷଦିନ ଥିବାରୁ ବିଜେଡି ଆଜି ତା’ର ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ କରିଛି । ଉଲ୍ଲେଖନୀୟ ଘଟଣାକ୍ରମରେ ଆଜି ପୂର୍ବାହ୍ନରେ ସୌମ୍ୟ ଓ ଅଚ୍ୟୁତ ବିଜେଡିରେ ସାମିଲ ହୋଇଥିଲେ । ସୌମ୍ୟଙ୍କ ବିଜେଡିରେ ମିଶିବା ନେଇ ଚର୍ଚ୍ଚା ଦୀର୍ଘଦିନ ଧରି ଲାଗି ରହିଥିଲେ ମଧ୍ୟ ଅଚ୍ୟୁତଙ୍କ ବିଜେଡିରେ ମିଶ୍ରଣ ଅପ୍ରତ୍ୟାଶିତ ଥିଲା । ଉଭୟ ଦଳରେ ମିଶିବାର ମାତ୍ର କିଛି ଘଂଟା ମଧ୍ୟରେ ସେମାନଙ୍କୁ ରାଜ୍ୟସଭା ପ୍ରାର୍ଥୀ କରି ବିଜେଡି ସୁପ୍ରିମୋ ପୁରସ୍କୃତ କରିଛନ୍ତି । ସେହିପରି ପ୍ରଶାନ୍ତ ନନ୍ଦ ବିଜେପୁର ଉପନିର୍ବାଚନରେ ଗାଇସିଲେଟ୍ ବ୍ଲକ୍ ଦାୟିତ୍ୱରେ ରହିଥିବାରୁ ତାଙ୍କୁ ମଧ୍ୟ ରାଜ୍ୟସଭା ପ୍ରାର୍ଥୀ କରି ଦଳ ପୁରସ୍କୃତ କରିଛି । ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ବିଜେଡିର ଏହି ୩ ପ୍ରାର୍ଥୀଙ୍କ ବିଜୟ ସୁନିଶ୍ଚିତ । କଂଗ୍ରେସ ଓ ବିଜେପି ପ୍ରାର୍ଥୀ ଦେବା ସ୍ଥିତିରେ ନଥିବାରୁ ଏମାନଙ୍କ ବିଜୟ ସୁନିଶ୍ଚିତ ବୋଲି କୁହାଯାଉଛି । ଆବଶ୍ୟକ ପଡ଼ିଲେ ମାର୍ଚ୍ଚ ୨୩ତାରିଖରେ ନିର୍ବାଚନ ହୋଇପାରେ । ସୂଚନାଯୋଗ୍ୟ ଏପ୍ରିଲ ୩ ତାରିଖରେ ବିଜେଡି ସାଂସଦ ଏୟୁ ସିଂହଦେଓ ଓ ଦିଲ୍ଲୀପ ତିର୍କୀଙ୍କ ସମେତ ସ୍ୱାଧୀନ ସାଂସଦ ଏ.ଭି.ସ୍ୱାମୀଙ୍କ ରାଜ୍ୟସଭାରେ କାର୍ଯ୍ୟକାଳ ଶେଷ ହେଉଛି । ଦଳବଦଳ କରି ଆସୁଥିବା ବ୍ୟକ୍ତିଙ୍କୁ ବିଜେଡିରେ ଗୁରୁତ୍ୱ ମିଳୁଥିବାରୁ ପୁରୁଣା କର୍ମୀ ଓ ନେତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top