Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦେବସ୍ନାନ ପାଇଁ ଶ୍ରୀକ୍ଷେତ୍ରରେ ପ୍ରସ୍ତୁତି

ପୁରୀ, (ଓଡ଼ିଶା ୱେୟାର): ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୨୪ରେ ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ପଡୁଥିବାରୁ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ସେପଟେ ରାଘବଦାସ ମଠ ଓ ଗୋପାଳତୀର୍ଥ ମଠ ପକ୍ଷରୁ ହାତୀ ବେଶର ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ଦୁଇ ମଠ ପକ୍ଷରୁ ଶ୍ରୀଜିଉମାନଙ୍କ ହାତୀ ବେଶ ଏବଂ ମହାପ୍ରଭୁଙ୍କ ପହଣ୍ଡି ପାଇଁ ଟାହିଆ ପ୍ରସ୍ତୁତ କରାଯାଇଥାଏ ।
ଅନ୍ୟପଟେ ଗତକାଲି ଶ୍ରୀଜୀଉଙ୍କ ସ୍ନାନ ଓ ରଥଯାତ୍ରାର ନୀତି ନିର୍ଘଣ୍ଟ କରାଯାଇଥିଲା । ଛତିଶା ନିଯୋଗ ବୈଠକରେ ସ୍ନାନଯାତ୍ରାରୁ ନୀଳାଦ୍ରି ବିଜେ ପର‌୍ୟ୍ୟନ୍ତ ସମସ୍ତ ନୀତି ନିର୍ଘଣ୍ଟ ସ୍ଥିର ହୋଇସାରିଛି । କୋଭିଡ୍ ସଂକ୍ରମଣକୁ ଦେଖି ଗତବର୍ଷ ଭଳି ଏ ବର୍ଷ ବି ଘୋଷଯାତ୍ରା ବିନା ଭକ୍ତରେ ହେବାକୁ ଯାଉଛି। ମହାପ୍ରଭୁ ୧୦୮ ଗରା ପାଣିରେ ଗୋଧୋଇବେ । କିନ୍ତୁ ମହାବାହୁଙ୍କ ଏହି ଅପୂର୍ବ ଦୃଶ୍ୟ ଦେଖିବାକୁ ପାଇପାରିବେନି ସାଧାରଣ ଭକ୍ତ । କରୋନା ଭାଇରସ ମହାମାରୀ ଯୋଗୁଁ ଗତବର୍ଷ ଭଳି ଚଳିତ ଥର ମଧ୍ୟ ବିନାଭକ୍ତରେ ଶ୍ରୀଜିଉଙ୍କର ଦେବସ୍ନାନ ପୂର୍ଣ୍ଣିମା କାର‌୍ୟ୍ୟକ୍ରମ ଅନୁଷ୍ଠିତ ହେବ ।
ଆସନ୍ତା ଜୁଲାଇ ୧୨ ତାରିଖରେ ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହେବ । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ ବୋଲି ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିସାରିଛନ୍ତି । ଅନ୍ୟ ଜଗନ୍ନାଥ ମନ୍ଦିର ଭିତରେ କେବଳ ରଥଯାତ୍ରା ନୀତି ଅନୁଷ୍ଠିତ ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top