Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଲୋକଙ୍କ ଉପରେ ଗାଡି ଚଢାଇବା ଘଟଣା : ନିର୍ଧୁମ ଛେଚିଲେ ଉତ୍ତ୍ୟକ୍ତ ଲୋକ, ଆଇସିୟୁରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ଵର (ଓଡ଼ିଶା ୱେୟାର) : ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଅମାନବୀୟ କାଣ୍ଡ। ଶନିବାର ଏମିତି କିଛି ଘଟଣା ଘଟିଛି ବାଣପୁର ବ୍ଲକ ସମ୍ମୁଖରେ । ୨୦ଜଣରୁ ଅଧିକ ଲୋକଙ୍କ ଉପରେ ଚଢାଇଦେଲେ ଗାଡି । ଏଥିରୁ ବାଦ୍‌ ପଡିଲେନି ଥାନାଅଧିକାରୀ କି ସାଧାରଣଲୋକ । ପରିସ୍ଥିତି ଏପରି ହେଲା କି ସାଧାରଣଲୋକଙ୍କ ଆକ୍ରୋଶର ଶିକାର ହେଲେ ବାହୁବଳୀ ବିଧାୟକ । ଉତ୍ୟକ୍ତ ଲୋକେ ବିଧାୟକଙ୍କୁ ନିଘାତିଆ ଛେଚିଲେ, ଦାମୀ କାର୍‌କୁ ଭାଙ୍ଗିରୁଜି ଚୁର୍‌ମାର କରିଦେଲେ । ଗୁରୁତର ଅବସ୍ଥାରେ ବିଧାୟକଙ୍କୁ ଉଦ୍ଧାର କରି ବାଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବାରୁ ପ୍ରଶାନ୍ତଙ୍କୁ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଆଇଜି ନରସିଂହ ଭୋଳ ବାଣପୁର ଯାଇ ଘଟଣାର ଅନୁଧ୍ୟାନ କରିଛନ୍ତି। ଘଟଣାରେ ୨୩ ଜଣ ଆହତ ହୋଇଛନ୍ତି।

ଏବେ ଏହି ଘଟଣାକୁ ନେଇ ବିଭିନ୍ନ ମହଲରୁ ନିନ୍ଦା ପ୍ରକାଶ ପାଇଛି । ବିଜେଡି, ବିଜେପି ଏବଂ କଂଗ୍ରେସ ଏହି ଘଟଣାକୁ ଘୋର ନିନ୍ଦା କରିଛନ୍ତୀ। ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହୋଇଛି । ଜଣେ ଜନ ପ୍ରତିନିଧି ହୋଇ ଏପରି କେମିତି କଲେ, ତାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି। ଖବର ଅନୁଯାୟୀ, ଅଧ୍ୟକ୍ଷ ନିର୍ବାଚନ ଲାଗି ବାଣପୁର ବ୍ଲକ ସମ୍ମୁଖରେ ଭିଡ ଜମିଥିଲା । ଠିକ୍‌ ଏହି ସମୟରେ ବିଧାୟକଙ୍କ ଗାଡି ଭିଡ ଭିତରକୁ ମାଡିଯାଇଥିଲା । ଯେଉଁଥିରେ ୨୩ ଜଣ ଲୋକ ଆହତ ହୋଇଛନ୍ତି । ଆହତ ବ୍ୟକ୍ତିଙ୍କ ମଧ୍ୟରେ କିଛି ପୋଲିସ କର୍ମୀ, ମହିଳା, ସାମ୍ବାଦିକ ଥିବା ଜଣାପଡିଛି । ଏପିରିକି ଜଣେ ପୋଲିସ କର୍ମୀଙ୍କ ଗୋଡ ଓ ହାତ ଭାଙ୍ଗିଯାଇଥିବାର ଖବର ରହିଛି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରୁ ୩ଜଣଙ୍କୁ ଭୁବନେଶ୍ୱର ଏମ୍‌ସ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top