Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧୯ଦିନ ପରେ ବି ଚିତ୍ର ଅସ୍ପଷ୍ଟ, ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି

ନୂଆଦିଲ୍ଲୀ:ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି ହୋଇଛି। ରାଜ୍ୟପାଳ ଭଗତ ସିଂହ କୋଶିଆରିଙ୍କ ରିପୋର୍ଟ ଆଧାରରେ କେନ୍ଦ୍ର କ୍ୟାବିନେଟ କରିଥିବା ସୁପାରିଶକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗ୍ରହଣ କରିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କ୍ୟାବିନେଟ୍ ବୈଠକରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏହାପରେ ରାଷ୍ଟ୍ରପତିଙ୍କ ମଂଜୁରୀ ପାଇଁ ସୁପାରିଶ କରାଯାଇଥିଲା।
ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଶେଷ ହେବାର ୧୯ ଦିନ ପରେ ବି ସରକାର ଗଢ଼ିବା ନେଇ ଚିତ୍ର ଅସ୍ପଷ୍ଟ ରହିଛି। ବିଜେପି ଓ ଶିବସେନା ସରକାର ଗଢ଼ିପାରିନଥିବା ବେଳେ ଏନସିପିକୁ ସରକାର ଗଢ଼ିବା ପାଇଁ ରାଜ୍ୟପାଳ ଭଗତ ସିଂହ କୋଶିଆରି ପ୍ରସ୍ତାବ ଦେଇଥିଲେ। ଆଜି ରାତି ୮ଟା ୩୦ ସୁଦ୍ଧା ଏନସିପି ସରକାର ଗଢ଼ିବ କି ନାହିଁ ନିଜର ଆଭିମୁଖ୍ୟ ରଖିଥାନ୍ତା। ହେଲେ ଏହା ପୂର୍ବରୁ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି।
ରାଜ୍ୟପାଳ ମଧ୍ୟ ରାଷ୍ଟ୍ରପତିଙ୍କୁ ଏକ ରିପୋର୍ଟ ଦେଇଛନ୍ତି। ଯେଉଁଥିରେ କୁହାଯାଇଛି, ମହାରାଷ୍ଟ୍ରରେ ସମ୍ୱିଧାନର ନିୟମ ଅନୁଯାୟୀ ସରକାର ଗଢ଼ିବା ସମ୍ଭବ ନୁହେଁ। ତେଣୁ ଧାରା ୩୫୬ ଅନୁଯାୟୀ ରାଷ୍ଟ୍ରପତି ଶାସନ ଲାଗୁ ହେବା ଦରକାର ବୋଲି ରାଜଭବନ ପକ୍ଷରୁ କୁହାଯାଇଥିଲା। ତେବେ ୬ ମାସ ମଧ୍ୟରେ ଯଦି କୌଣସି ଦଳ ନେତୃତ୍ୱ ନେଇ ସଂଖ୍ୟା ବଳର ପ୍ରମାଣ ଦେବ, ତାହାଲେ ରାଷ୍ଟ୍ରପତି ଶାସନ ହଟିପାରିବ। ନଚେତ ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ହେବ।
ସୂଚନାଯୋଗ୍ୟ, ରବିବାର ବିଜେପି ରାଜ୍ୟପାଳଙ୍କୁ ଭେଟି ସରକାର ଗଢ଼ିବ ନାହିଁ ବୋଲି ସ୍ଥିର କରିଥିଲା। ଏହାପରେ ଶିବସେନାକୁ ଆମନ୍ତ୍ରଣ କରିଥିଲେ ରାଜ୍ୟପାଳ। ହେଲେ ସରକାର ଗଢ଼ିବା ପାଇଁ ଶିବସେନା ନିର୍ଦ୍ଧାରିତ ସମୟ ପରେ ଆହୁରି ୪୮ ଘଣ୍ଟା ସମୟ ମାଗିଥିଲା। ଏହାପରେ ରାଜ୍ୟପାଳ ଶିବସେନାର ପ୍ରସ୍ତାବକୁ ଖାରଜ କରି ଏନସିପିକୁ ସରକାର ଗଢ଼ିବା ପାଇଁ ଆମନ୍ତ୍ରଣ କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top