Latest

ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ

Posted on

ବିଜେଡି ଛାଡିଲେ ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ରାସେଶ୍ୱରୀ ନିଜର ଇସ୍ତଫାପତ୍ର ପଠାଇବା ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ।

୨୦୨୪ରେ ରାସେଶ୍ୱରୀ ଟିକେଟ ଆଶାୟୀ ଥିଲେ ମଧ୍ୟ ଦଳ ଏଠାରେ ପ୍ରଥମେ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଥିଲା । ପରେ ଏଠାରେ ପ୍ରାର୍ଥୀ ପରିବର୍ତ୍ତନ କରି ରୋହିତ ପୂଜାରୀଙ୍କୁ ଦଳ ପ୍ରାର୍ଥୀ କରିଥିଲା । ଯାହାକୁ ନେଇ ରାସେଶ୍ୱରୀଙ୍କ ସମର୍ଥକ ଅସନ୍ତୁଷ୍ଟ ଥିଲେ । ଏପରିକି ରାସେଶ୍ୱରୀଙ୍କୁ ଟିକେଟ ଦେବା ନେଇ ଦଳୀୟ ସୁପ୍ରିମୋ ପୁନଃବିଚାର କରିବା ଆବଶ୍ୟକ ବୋଲି କହିଥିଲେ । କିନ୍ତୁ ପ୍ରାର୍ଥୀ ପରିବର୍ତ୍ତନ ନେଇ କୌଣସି ସଂକେତ ନ ମିଳିବାରୁ ରାସେଶ୍ୱରୀ ବିଜେଡି ଛାଡିଥିବା ଚର୍ଚ୍ଚା ହେଉଛି ।

Leave a Reply

Your email address will not be published. Required fields are marked *

Most Popular

Exit mobile version