Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡିହେଲା ରାୟଗଡ଼ା

ରାୟଗଡ଼ା (ଓଡ଼ିଶା ୱେୟାର) : ରାୟଗଡ଼ାବାସୀଙ୍କୁ ୮୭୦ କୋଟି ଟଙ୍କାର ଭେଟି। ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡିହେଲା ରାୟଗଡ଼ା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍‌ସିଂରେ ରାୟଗଡ଼ା ଜିଲ୍ଲାବାସୀଙ୍କୁ ବିଏସକେୱାଇ ଯୋଜନାରେ ସ୍ମାର୍ଟକାର୍ଡ ବଣ୍ଟନ କରିଛନ୍ତି । ୧୧ଟି ବ୍ଲକର ୨ଲକ୍ଷ ୫୨ହଜାର ୧୯୧ ପରିବାରର ୮ଲକ୍ଷ ୩୪ହଜାର ୫୭୦ ହିତାଧିକାରୀଙ୍କୁ ମିଳିବ BSKY ସ୍ମାର୍ଟ ହେଲ୍‌ଥ କାର୍ଡ।

ଏହାସହ ୮୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। BSKY ସ୍ମାର୍ଟକାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ମିଶନ ଶକ୍ତିର ମହିଳାଙ୍କ କାମକୁ ପ୍ରଶଂସା କରିଛନ୍ତି। ରାୟଗଡ଼ାରେ ଅନେକ ପରିବର୍ତ୍ତନ ଆସିଛି। ଜଳ ସେଚନ ପାଇଁ ବ୍ୟବସ୍ଥା ହୋଇଛି। ରାଜ୍ୟରେ BSKY ସ୍ମାର୍ଟ କାର୍ଡ ଗରିବ ଲୋକଙ୍କ ଦୁଃଖ ଦୂର କରିବ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀ ହେଉ କି ରିକ୍ସାଚାଳକ ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ମୁଁ ଚାହେଁ ଟଙ୍କା ପାଇଁ କେହି ଚିକିତ୍ସାରୁ ବଞ୍ଚିତ ନ ହୁଅନ୍ତୁ। ‘ଏଭଳି ସ୍ୱାସ୍ଥ୍ୟ ସୁବିଧା ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟରେ BSKY ସ୍ମାର୍ଟକାର୍ଡ ଗରିବ ଲୋକଙ୍କର ଦୁଃଖକୁ କମାଇବ। ବର୍ତ୍ତମାନ ସୁଦ୍ଧା ସ୍ମାର୍ଟ ହେଲ୍‌ଥ କାର୍ଡରେ ରାଜ୍ୟରେ ରାୟଗଡ଼ା ସହ ୧୭ଟି ଜିଲ୍ଲାର ଜନସାଧାରଣ ଯୋଡ଼ି ହୋଇ ସାରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top