Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଭାରତୀୟ ବଂଶୋଦ୍ଭବ ରିଷି ସୁନାକ ହୋଇପାରନ୍ତି ବ୍ରିଟେନ୍‌ର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଭାରତୀୟ ବଂଶୋଦ୍ଭବ ରିଷି ସୁନାକ ହୋଇପାରନ୍ତି ବ୍ରିଟେନ୍‌ର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ। ବର୍ତ୍ତମାନର ପ୍ରଧାନମନ୍ତ୍ରୀ ବୋରିସ ଜନଶନ ଇସ୍ତଫା ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏନେଇ ତାଙ୍କ ଉପରେ ଚାପ ପଡୁଛି।
୨୦୨୦ ମସିହା ମେ’ ମାସରେ କରୋନା ପାଇଁ ବ୍ରିଟେନରେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ଜନଶନ ନିଜେ ଏହାର ଉଲ୍ଲଂଘନ କରି ପାର୍ଟି କରିଥିଲେ। ଏପରିକି ଯିଏ ଏଥିରେ ଯୋଗ ଦେବ, ସେ ନିଜେ ଘରୁ ମଦ ଆଣନ୍ତୁ ବୋଲି ଜନଶନ କହିଥିଲେ। ଏହି କଥା ଜଣାପଡ଼ିବା ପରେ ଜନଶନ ଇସ୍ତଫା ଦିଅନ୍ତୁ ବୋଲି ବିରୋଧୀଙ୍କ ସମେତ ନିଜ ପାର୍ଟି ଭିତରୁ ମଧ୍ୟ ଜନଶନଙ୍କ ଉପରେ ଚାପ ପଡୁଛି। ଘଟଣାକୁ ନେଇ ଜନଶନ କ୍ଷମା ପ୍ରାର୍ଥନା କରିଥିଲେ। ଏହା ସତ୍ତ୍ୱେ ମଧ୍ୟ ଜନଶନ ଇସ୍ତଫା ଦିଅନ୍ତୁ ବୋଲି ଅନେକ ମହଲରେ ଦାବି ହେଉଛି।
ଯଦି ଜନଶନ ସତରେ ଇସ୍ତଫା ଦିଅନ୍ତି, ତା’ହେଲେ ଅର୍ଥମନ୍ତ୍ରୀ ଥିବା ଭାରତୀୟ ବଂଶୋଦ୍ଭବ ରିଷି ସୁନାକ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ରିଷିଙ୍କ ବାପାମା’ ପଞ୍ଜାବର। ଇନ୍‌ଫୋସିସ୍‌ର ପ୍ରତିଷ୍ଠାତା ଏନ୍ ନାରାୟଣମୂର୍ତ୍ତିଙ୍କ ଜ୍ୱାଇଁ ହେଉଛନ୍ତି ରିଷି ସୁନାକ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top