Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ସଞ୍ଜୟ ଦାସବର୍ମା ହେଲେ ଯୋଜନା ବୋର୍ଡ ଉପାଧ୍ୟକ୍ଷ

ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଜେଡିର ପ୍ରଭାବଶାଳୀ ନେତା ସଞ୍ଜୟ ଦାସବର୍ମାଙ୍କୁ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ପଦବୀରେ ନିଯୁକ୍ତି ଦେବା ସହ କ୍ୟାବିନେଟ ମନ୍ତ୍ରୀ ପାହ୍ୟା ମଧ୍ୟ ଦେଇଛନ୍ତି। ଶ୍ରୀ ଦାସବର୍ମାଙ୍କୁ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ଅବସ୍ଥାପିତ କରାଯାଇପାରେ ବୋଲି ଗତ କିଛିମାସ ଧରି ଚର୍ଚ୍ଚା ହେଉଥିଲା। ଦଳ ଓ ସଂଗଠନ ଉପରେ ଶ୍ରୀ ଦାସବର୍ମାଙ୍କ ବେଶ୍ ଦଖଲ ଥିବାରୁ ତଥା ତାଙ୍କର ସାଂଗଠନିକ ଦକ୍ଷତାକୁ ଦୃଷ୍ଟିରେ ରଖି ବିଜେଡି ସୁପି୍ରମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି।
ଶ୍ରୀ ଦାସବର୍ମା ୨୦୧୯ ସାଧାରଣ ନିର୍ବାଚନରେ ମାତ୍ର ସ୍ୱଳ୍ପ ଭୋଟ୍ ବ୍ୟବଧାନରେ ପରାଜିତ ହୋଇଥିଲେ। କିନ୍ତୁ ଦଳ ତାଙ୍କୁ ପୂର୍ବଭଳି ଗୁରୁତ୍ୱ ଦେଇ ସାଂଗଠନିକ କାର୍ଯ୍ୟରେ ନିୟୋଜିତ କରିଥିଲା। ଏବେ ବିଜେଡିର ସାଧାରଣ ସମ୍ପାଦକ(ମୁଖ୍ୟାଳୟ) ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କର ନିଯୁକ୍ତି ୨୦୨୪ରେ ନବୀନ ପଟ୍ଟନାୟକ ସରକାରର ପଞ୍ଚମ ପାଳି ସମାପ୍ତ ଅବା ପରବର୍ତ୍ତୀ ନିଦେ୍ର୍ଧଶ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ଜଣାପଡ଼ିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top