Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଏସସିବି ଟ୍ରମା କେୟାର ୟୁନିଟ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯିବ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର(ଓଡବ୍ଲ୍ୟୁ):କଟକସ୍ଥିତ ଏସସିବି ମେଡିକାଲ କଲେଜ ଓ ହସପିଟାଲର ଟ୍ରମା କେୟାର ୟୁନିଟକୁ ସୁଦୃଢ ଓ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯିବ।୨୪ ଘଂଟିଆ ଆବଶ୍ୟକ ସେବା ପ୍ରଦାନ ଉପଲବ୍ଧ ହେବ।ଅର୍ଥୋପେଡିକ୍,ନ୍ୟୁରୋ ଓ ନ୍ୟୁରୋସର୍ଜରୀ ସେବା ବ୍ୟବସ୍ଥାରେ ବିକାଶ କରାଯିବ।ଏଥିପାଇଁ ଆବଶ୍ୟକ ଭିତିଭୂମି,ଯନ୍ତ୍ରପାତି,ମାନବସମ୍ବଳ ଆଦି ଉପଲବ୍ଧ କରାଯିବ। ଟ୍ରମାକେୟାର ୟୁନିଟ୍ ଆବଶ୍ୟକତା ସଂପର୍କରେ ନିର୍ଦ୍ଧିଷ୍ଟ ପ୍ରସ୍ତାବ ଡିଏମଇଟି ଆସନ୍ତା ୭ଦିନ ମଧ୍ୟରେ ସରକାରଙ୍କୁ ପ୍ରଦାନ କରିବେ।
ସଚିବାଳୟ ଠାରେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ବିଭିନ୍ନ ବିଭାଗର ଉନ୍ନତିକରଣ ସହ ଅଧିକ ସୁବିଧା ଉପଲବ୍ଧ କରାଯିବା ନେଇ ଆଲୋଚନା ହୋଇଛିଯକ୍ଷ୍ମା ଓ ଛାତି ଏବଂ ଏଣ୍ଡୋକ୍ରାଇନୋଲୋଜି ବିଭାଗର ମଧ୍ୟ ଉନ୍ନତି କରଣ କରାଯିବ।ଏସ୍.ସି.ବି.ମେଡିକାଲ କଲେଜ ଓ ହଲପିଟାଲରେ ରୋଗୀ ସେବାକୁ ଅଧିକ ଲୋକାଭିମୁଖୀ କରି ସାଧାରଣ ଲୋକ ଯେପରି ସହଜରେ ଚିକିତ୍ସା ସେବା ପାଇ ପାରିବେ ସେ ଦିଗରେ ଯତ୍ନବାନ ହେବା ଉପରେ ବୈଠକରେ ଗୁରୁତ୍ୱ ଆରୋପ କରାଯାଇଛି।ସଚିବାଳୟ ଠାରେ ଅନୁଷ୍ଠିତ ଉକ୍ତ ବୈଠକରେ ସ୍ୱାସ୍ଥ୍ୟ ସଚିବ ଡାଃ ପ୍ରମୋଦ କୁମାର ମେହେର୍ଦ୍ଦା,ରାଜ୍ୟ ମେଡିକାଲ ନିଗମ ଏମ୍.ଡି ଅର୍ଚ୍ଚନା ପଟ୍ଟନାୟକ , ଅତିରିକ୍ତ ସଚିବ ହରିବଲ୍ଲଭ ମିଶ୍ର , ଡିଏମଇଟି ଡାଃ ସୋନାମାଲି ବାଗ୍,ଏସସିବି ଡିନ୍ ତଥା ପ୍ରିନ୍ସିପାଲ ପ୍ରଫେସର ଡାଃ ସିଦ୍ଧାର୍ଥ ଦାଶଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top