Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଜୁନ୍‌ ୬ରୁ ୧୬ ପର୍ଯ୍ୟନ୍ତ ସ୍କୁଲ୍‌ରେ ଖରାଛୁଟି

ଭୁବନେଶ୍ୱର: (ଓଡ଼ିଶା ୱେୟାର) : ଜୁନ୍‌ ୬ରୁ ୧୬ ପର୍ଯ୍ୟନ୍ତ ସ୍କୁଲ୍‌ରେ ଖରାଛୁଟି ଘୋଷଣା ହୋଇଛି। ବର୍ତ୍ତମାନ ଭଳି ସକାଳୁଆ ସ୍କୁଲ୍‌ ଚାଲୁ ରହିବ ଓ ଏଥିପାଇଁ ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି। ମେ’ପହିଲାରୁ ଜୁନ୍ ୫ ପର୍ଯ୍ୟନ୍ତ ସକାଳ ୬ଟାରୁ ୯ଟା ଯାଏ ସ୍କୁଲ୍‌ ଚାଲିବ।
ସେହିପରି ଏପ୍ରିଲ ୨୦ ସୁଦ୍ଧା ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ କ୍ଲାସ ପ୍ରମୋସନ ସରିବ। ଏପ୍ରିଲ ୨୦ରୁ ଏପ୍ରିଲ ୩୦ ମଧ୍ୟରେ ନୂଆ ଆଡମିଶନ ଏବଂ ରି- ଆଡମିଶନ ପ୍ରକ୍ରିୟା ଶେଷ ହେବ। BSEର ନୂଆ ନିୟମ ଅନୁସାରେ, ଏହି ପ୍ରକ୍ରିୟା କାର୍ଯ୍ୟକାରୀ ହେବ। ନବମ ଶ୍ରେଣୀ ଛାତ୍ରଛାତ୍ରୀ କିନ୍ତୁ ସମେଟିଭ୍ ଆସେସମେଣ୍ଟ ଟୁ ପରୀକ୍ଷା ଦେବେ।
ଅନ୍ୟପକ୍ଷେ, ଆସନ୍ତା ମେ’ ୧୦ ତାରିଖ ସୁଦ୍ଧା ନବମ ଶ୍ରେଣୀ ପିଲାଙ୍କ ଦଶମ ଶ୍ରେଣୀ ପାଇଁ ପ୍ରମୋସନ ପ୍ରକ୍ରିୟା ସରିବ। ସେହିପରି ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସକାଳୁଆ ସ୍କୁଲ ଜାରି ରହିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି। ଏହାସହ ଛାତ୍ରଛାତ୍ରୀଙ୍କ ପାଇଁ ରନ୍ଧା ଖାଦ୍ୟର ବ୍ୟବସ୍ଥା ରହିବ ବୋଲି କୁହାଯାଇଛି।
ସୂଚନାଥାଉ କି, ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ୍‌ ଆରମ୍ଭ କରାଯାଇଛି। ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ କ୍ଲାସ୍‌ ଓ ସକାଳ ୭ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ନବମରୁ ଦ୍ୱାଦଶ ଶ୍ରେଣୀ କ୍ଲାସ ଚାଲିଛି।
ଗତ କିଛି ଦିନ ହେଲାଣି ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ତେଣୁ ଛାତ୍ରଛାତ୍ରୀଙ୍କ ସୁବିଧା ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ୍‌ ପାଇଁ ନିଷ୍ପତ୍ତି ନିଆଯାଇଛି।

ପହିଲାରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେବ
ଏଣିକି ୧୦୦% ସିଲାବସ୍‌ରେ ହେବ ପାଠପଢ଼ା। ମେ’ ପହିଲାରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେବ। ନୂଆ ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀ ପାଇଁ ପ୍ରାକ୍ଟିକାଲ ପରୀକ୍ଷା ହେବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।
ନୂଆ ଶିକ୍ଷାବର୍ଷ ନେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଶତ ପ୍ରତିଶତ କୋର୍ସରେ ପାଠପଢ଼ା ହେବ। ପୂର୍ବରୁ ସ୍ଥିତିକୁ ଦୃଷ୍ଟିରେ ରଖି ୩୦% ସିଲାବସ୍ କଟା ଯାଇଥିଲା। ମହାମାରୀ ପ୍ରଭାବ ନଥିବାରୁ ପୂର୍ବ ଭଳି ପରୀକ୍ଷା କରିବାକୁ CBSE ନିଷ୍ପତ୍ତି ନେଇଛି। ଆମେ ମଧ୍ୟ ଏ ବିଷୟ ନେଇ ଚିନ୍ତା କରୁଛୁ। ନବମ ଓ ଦଶମରେ ପ୍ରାକ୍ଟିକାଲ ପରୀକ୍ଷା କଥା ବି ଚିନ୍ତା କରାଯାଇଛି।
ଜୁନ୍‌ ୬ରୁ ୧୬ ପର୍ଯ୍ୟନ୍ତ ସ୍କୁଲ୍‌ରେ ଖରାଛୁଟି ଘୋଷଣା ହୋଇଛି। ବର୍ତ୍ତମାନ ଭଳି ସକାଳୁଆ ସ୍କୁଲ୍‌ ଚାଲୁ ରହିବ ଓ ଏଥିପାଇଁ ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି। ମେ’ପହିଲାରୁ ଜୁନ୍ ୫ ପର୍ଯ୍ୟନ୍ତ ସକାଳ ୬ଟାରୁ ୯ଟା ଯାଏ ସ୍କୁଲ୍‌ ଚାଲିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top