ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ । ପ୍ରଚଣ୍ଡ ଖରାରେ ଆଉଟୁପାଉଟି ହେଉଛନ୍ତି ରାଜ୍ୟବାସୀ । ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ସକାଳ ସାଢ଼େ ୬ରୁ ସାଢ଼େ ୧୦ ଯାଏଁ ଚାଲିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଜାରି କରିଛନ୍ତି । ଜିଲ୍ଲାର ସମସ୍ତ ସରକାରୀ, ଘରୋଇ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଏହି ନିର୍ଦ୍ଦେଶ ଜାରି କରାଯାଇଛି। ଦ୍ୱାଦଶ ଶ୍ରେଣୀ ଯାଏଁ ସମସ୍ତ ସ୍କୁଲ ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ ଯାଏଁ ଚାଲିବ। ସେହିପରି ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ିଗୁଡ଼ିକୁ ମଧ୍ୟ ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ମଧ୍ୟରେ ଖୋଲିବାକୁ କୁହାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ କୁହାଯାଇଛି।


