ଭୁବନେଶ୍ଵର:କମାଗତ ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଭାରତ ବନ୍ଦକୁ ଦୃଷ୍ଟିରେ ରଖି ଆସନ୍ତା ୧୦ତାରିଖ ସୋମବାର ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ।
ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଆଜି ଏନେଇ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ,କଂଗ୍ରେସ ଓ ବାମଦଳର ଭାରତ ବନ୍ଦ ଡାକରା ଯୋଗୁ ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଏହି ଛୁଟି ଘୋଷଣା କରିଛନ୍ତି।ବନ୍ଦ ଯୋଗୁଁ ଗାଡ଼ିମୋଟର ଚଳାଚଳ ପ୍ରଭାବିତ ହେବାର ଆଶଙ୍କା ଥିବାରୁ ପିଲାମାନଙ୍କ ସୁରକ୍ଷାକୁ ଆଖିରେ ରଖି ସରକାର ଏହି ନିଷ୍ପତି ନେଇଛନ୍ତି।


