Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧୬ ନମ୍ବର ଜାତୀୟ ରାଜପଥରେ ପୃଥକ ପୃଥକ ଦୁର୍ଘଟଣା, ୨ ମୃତ

କଟକ,(ଓଡ଼ିଶା ୱେୟାର) : ଗୋଟିଏ ରାତିରେ ୨ ଟି ଦୁର୍ଘଟଣା । ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ୧୬ ନମ୍ବର ଜାତୀୟ ରାଜପଥର ବାଲିକୁଦା ଛକ ଓ ପ୍ରତାପନଗରୀରେ ଗତକାଲି ରାତିରେ ଘଟିଛି ୨ଟି ଦୁର୍ଘଟଣା । ବାଲିକୁଦା ଛକରେ ଗତକାଲି ସନ୍ଧ୍ୟାରେ ଜଣେ ଗ୍ୟାରେଜ ମିସ୍ତ୍ରୀଙ୍କୁ ଏକ ଟ୍ରକ ଚାପି ଦେଇଥିଲା । ମୃତକ ତ୍ରେଲୋକ୍ୟ ବେହେରା । କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିଥିଲେ । ଦୀର୍ଘ ୩ଘଣ୍ଟା ପର୍ଯ୍ୟନ୍ତ ଯାତାୟତ ଠପ୍‌ ହୋଇଯାଇଥିଲା । ରାଜପଥରେ ନିର୍ମାଣଧୀନ ଓଭରବ୍ରିଜର ଧିମା କାମ ଓ ଗୋପାଳପୁର ନିକଟରେ ବର୍ଷା ପାଣି ଜମି ରହୁଥିବାରୁ ଦୁର୍ଘଟଣା ଘଟୁଥିବା ଲୋକେ ଅଭିଯୋଗ କରିଛନ୍ତି ।
ଦାବି ସମ୍ପର୍କରେ ଆଜି ଆଲୋଚନା ହେବା ନେଇ ବରିଷ୍ଠ ପୋଲିସ ଅଧିକାରୀ ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା । ଗାଡି ଚଳାଚଳ ସ୍ୱାଭାବିକ ହେବାର କିଛି ସମୟ ମଧ୍ୟରେ ଅନ୍ୟ ଏକ ଦୁର୍ଘଟଣାରେ ଆନ୍ଦ୍ର ଟ୍ରକ ଡ୍ରାଇଭର ମୃତ । ଭୁବନେଶ୍ୱର ପଟୁ ଆସୁଥିବା ଏକ କେରଳ ଟ୍ରକ ପଛରେ ଆନ୍ଧ୍ରା ଟ୍ରକ ଧକ୍କା ଦେଇ ଟ୍ରକ ଭିତରେ ଚାପି ହୋଇ ତାଙ୍କର ମୃତ୍ୟୁ ହୋଇଥିଲା । ବାରଙ୍ଗ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top