Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ସମ୍ଭାବ୍ୟ ବନ୍ୟା ପାଇଁ ଖାଦ୍ୟ ମହଜୁଦ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର :ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ମୌସୁମୀ ଆସିବା ପୂର୍ବରୁ ବନ୍ୟାପ୍ରବଣ ଅଞ୍ଚଳ ଓ ଦୁର୍ଗମ ଅଞ୍ଚଳରେ ଆବଶ୍ୟକ ପରିମାଣର ଖାଦ୍ୟ ମହଜୁଦ୍ ରଖିବା ପାଇଁ ସମସ୍ତ ୩୦ ଜିଲ୍ଲାର ପ୍ରଶାସନକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ବିଷ୍ଣୁପଦ ସେଠୀ ନିର୍ଦ୍ଦେଶ ଦେଇଛନ୍ତି ।
ମଙ୍ଗଳବାର ଶ୍ରୀ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ସମସ୍ତ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଓ ଜିଲ୍ଲା ଜରୁରୀକାଳୀନ ଅଧିକାରୀମାନଙ୍କୁ ଜୁନ୍ ୧୦ ତାରିଖ ସୁଦ୍ଧା ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ଯୋଜନା ପ୍ରସ୍ତୁତ କରି ତାକୁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ନିକଟରେ ଅନୁମୋଦନ କରାଇ ନେବାକୁ କୁହାଯାଇଛି । ଏହି ବିପର୍ଯ୍ୟୟ ପରିଚାଳନା ଯୋଜନା ଅନୁମୋଦନ ଲାଭ କରିବା ପରେ ସମ୍ପୃକ୍ତ ଜିଲ୍ଲାପାଳମାନେ ତାକୁ ନିଜର ୱେବ୍ସାଇଟ୍ରେ ପ୍ରଦର୍ଶିତ କରିବେ । ବନ୍ୟା ସମ୍ଭାବନା ଥିବା ଦୁର୍ଗମ ଅଞ୍ଚଳରେ ଆସନ୍ତା ୨ରୁ ୩ମାସ ପାଇଁ ପିଡିଏସ୍ ସାମଗ୍ରୀ ମହଜୁଦ ରଖିବାକୁ ଅତିରିକ୍ତ ଜିଲ୍ଲାପାଳମାନଙ୍କୁ ଶ୍ରୀ ସେଠୀ ନିର୍ଦ୍ଦେଶ ଦେଇଛନ୍ତି । ମୌସୁମୀ ଆସିବା ପୂର୍ବରୁ ଖାଦ୍ୟଶସ୍ୟ ମହଜୁଦ ରହିଛି କି ନାହିଁ ଜିଲ୍ଲାପାଳମାନେ ସୁନିଶ୍ଚିତ କରାଇବେ ଓ ଗୋଦାମରେ ରହୁଥିବା ଖାଦ୍ୟଶସ୍ୟର ପରିମାଣ ନିୟମିତ ଭାବେ ଅବଗତ କରାଇବେ । ଶୁଖିଲା ଖାଦ୍ୟ ଯଥା ଛତୁଆ, ଗୁଡ଼ ଓ ଅନ୍ୟାନ୍ୟ ସାମଗ୍ରୀ ସ୍ଥାନୀୟ ବ୍ୟବସାୟୀଙ୍କଠୁ କ୍ରୟ ପାଇଁ ଆବଶ୍ୟକ ପ୍ରକ୍ରିୟା ସମ୍ପାଦନ ନିମନ୍ତେ କୁହାଯାଇଛି । ରାଜ୍ୟରେ ଚଳିତବର୍ଷ ବିଭିନ୍ନ ନଦୀରେ ୧୦୮ଟି ସ୍ଥାନକୁ ସମ୍ବେଦନଶୀଳ ନଦୀବନ୍ଧ ଭାବେ ଚିହ୍ନଟ କରାଯାଇଛି । ଏଥିରୁ ୩ଟି ଅତ୍ୟଧିକ ସମ୍ବେଦନଶୀଳ ନଦୀବନ୍ଧ ବୋଲି ଶ୍ରୀ ସେଠୀ କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top