Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ବଢ଼ିଲା କନ୍ଦଳ: ସବୁ ଦାୟିତ୍ୱରୁ ଓହରିଲେ ଶ୍ରୀକାନ୍ତ

ଭୁବନେଶ୍ୱର(ଓଡ଼ିଶା ୱେୟାର):ପିସିସି ଇସ୍ତାହାର କମିଟି ଅଧ୍ୟକ୍ଷ ପଦରୁ ବରିଷ୍ଠ ନେତା ଶ୍ରୀକାନ୍ତ ଜେନା ବିଦା ହେବାପରେ ସେ ଆଜି ଦଳର ଅନ୍ୟ ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି।ଏନେଇ ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କୁ ଚିଠି ଲେଖି ଅବଗତ କରିଛନ୍ତି।ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ତାଙ୍କ ମଧ୍ୟରେ ବଢ଼ି ଚାଲିଥିବା କନ୍ଦଳରେ ଏଆଇସିସି ନିରବ ରହୁଥିବା ପ୍ରତିବାଦରେ ଶ୍ରୀକାନ୍ତ ଏଭଳି ନିଷ୍ପତି ନେଇଥିବା ଜଣାପଡ଼ିଛି।
ଆଜି ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶ୍ରୀ ଜେନା କହିଛନ୍ତି ଯେ ଦଳର କାର୍ଯ୍ୟକାରୀ କମିଟି ଓ ନିର୍ବାଚନ କମିଟି ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି।ଏନେଇ ରାହୁଲ ଗାନ୍ଧିଙ୍କୁ ଚିଠି ଲେଖି ଜଣାଇ ଦେଇଛନ୍ତି । ଉଲ୍ଲେଖଯୋଗ୍ୟ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଓ ତାଙ୍କ ମଧ୍ୟରେ ଚାଲିଥିବା ଛକାପଞ୍ଝା ଯୋଗୁ ତାଙ୍କୁ ଦଳର ଇସ୍ତାହାର କମିଟି ଅଧ୍ୟକ୍ଷ ପଦରୁ ବିଦା ହେବାକୁ ପଡ଼ିଥିଲା।ଦଳରେ ସେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ଓ ଦଳ ବିରୋଧୀ କାର୍ଯ୍ୟ ଯୋଗୁ ଏଭଳି କାର୍ଯ୍ୟାନୁଷ୍ଠାନ ହୋଇଛି ବୋଲି ପିସିସି ଶୃଙ୍ଖଳା କମିଟି ଅଧ୍ୟକ୍ଷ ହେମାନନ୍ଦ ବିଶ୍ୱାଳ ଗଣମାଧ୍ୟମକୁ କହିଥିଲେ।ତଥାପି ଶ୍ରୀକାନ୍ତ ପୁଣିଥରେ ଗଣମାଧ୍ୟମରେ ନିରଞ୍ଜନଙ୍କ ବିରୁଦ୍ଧରେ ବିଷୋଦଗାର କରିବା ପରେ ଉଭୟ ମୁହାମୁହିଁ ସ୍ଥିତିକୁ ଆସିଥିଲେ।ଯିଏ ବିଶୃଙ୍ଖଳା କରିବ ତା’ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପରୋକ୍ଷରେ ନିରଞ୍ଜନ କଡ଼ା ତାଗିଦ୍ କରିଥିଲେ।ତେବେ ଏସବୁ ଘଟଣାରେ ଶ୍ରୀକାନ୍ତ ଦଳରେ ଏକଘରିକିଆ ହୋଇପଡ଼ିବା ପରେ ଆଜି ସମସ୍ତ ପଦପଦବୀରୁ ଇସ୍ତଫା ଦେଇଛନ୍ତି।ଅବଶ୍ୟ ସେ ଏବେ ବି ଦଳର ପ୍ରାଥମିକ ସଦସ୍ୟ ଅଛନ୍ତି ବୋଲି କହିଛନ୍ତି।
ଶ୍ରୀକାନ୍ତଙ୍କ ଇସ୍ତଫା ପରେ ନିରଞ୍ଜନ ଓ ତାଙ୍କ ମଧ୍ୟରେ ଚାଲିଥିବା କନ୍ଦଳ ଅଧିକ ଉଗ୍ରରୂପ ନେବାର ଆଶଙ୍କା ସୃଷ୍ଟି ହୋଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top