Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧୬ରୁ ନବମ ଶ୍ରେଣୀ ପାଠପଢା ଆରମ୍ଭ: ସାମାଜିକ ଦୂରତା, ମାସ୍କ ପରିଧାନ ବାଧ୍ୟତାମୂଳକ

ଭୁବନେଶ୍ବର ,(ଓଡ଼ିଶା ୱେୟାର) : ଆସନ୍ତା ୧୬ରୁ ନବମ ଶ୍ରେଣୀ ପାଠପଢା ଆରମ୍ଭ । ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ଅଗଷ୍ଟ ମାସ ପାଇଁ ଜାରି ହୋଇଥିବା ଗାଇଡଲାଇନ ଆଧାରରେ ଏହି ନିଷ୍ପତ୍ତି ନିଆଯାଇଛି । କରୋନା କଟକଣା ମଧ୍ୟରେ ପିଲାଙ୍କ ପାଠପଢା ଚାଲିବ । ସ୍କୁଲରେ ସାମାଜିକ ଦୂରତା, ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯିବ । ଏବେ ୧୦ମ ଶ୍ରେଣୀ ପିଲାଙ୍କ କ୍ଲାସ ଚାଲୁଥିବା ବେଳେ ୯ମ ଶ୍ରେଣୀ ପିଲାଙ୍କ ପାଠପଢା ନେଇ ଆଲୋଚନା ଚାଲିଛି । ପୂର୍ବଥର ପରି ଏଥର ମଧ୍ୟ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ କ୍ଲାସ ଦୁଇଟି ସିଟିଂରେ କରିବାକୁ ଯୋଜନା ହୋଇଛି । ଏନେଇ ବିଭାଗ ପକ୍ଷରୁ ସମ୍ପୂର୍ଣ୍ଣ ନିୟମାବଳୀ ପ୍ରକାଶ ପାଇବ ।
ସେପଟେ ପ୍ରଥମରୁ ଅଷ୍ଟମ ପର‌୍ୟ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବ କି ନାହିଁ ସେନେଇ ଅଧିକ ତର୍ଜମା ଚାଲିଛି । ଅନ୍ୟପକ୍ଷରେ ୟୁଜିସି ପକ୍ଷରୁ ୧୦ ଦିନ ହେଲା ଶିକ୍ଷା କ୍ୟାଲେଣ୍ଡର ଓ ପରୀକ୍ଷା ସମ୍ପର୍କିତ ନିୟମାବଳୀ ପ୍ରକାଶ ପାଇଥିଲେ ମଧ୍ୟ ଉଚ୍ଚଶିକ୍ଷା ବିଭାଗ ଏପର‌୍ୟ୍ୟନ୍ତ କୌଣସି ନିଷ୍ପତ୍ତି ନେଇପାରିନାହିଁ। ଚୂଡାନ୍ତ ନିଷ୍ପତ୍ତି ନେଇ ବିଶ୍ୱବିଦ୍ୟାଳୟ କୁଳପତି ଓ ପରୀକ୍ଷା ନିୟନ୍ତ୍ରକଙ୍କ ବୈଠକ ବସିବ। ଭର୍ଚୁଆଲରେ ହେବାକୁ ଥିବା ବୈଠକରେ ପିଲାଙ୍କ ପାଠପଢା ଓ ପରୀକ୍ଷା ସମ୍ପର୍କରେ ଆଲୋଚନା ହେବ। ଉଚ୍ଚ ଶିକ୍ଷାନୁଷ୍ଠାନ କେବେଠାରୁ ଖୋଲିବ ସେନେଇ ମଧ୍ୟ ନିଷ୍ପତ୍ତି ନିଆଯାଇପାରେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top