Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ପରିବାରର ଜଣକୁ ମିଳିବ ଟିକେଟ୍ : କଂଗ୍ରେସ

ଭୁବନେଶ୍ୱର : ୨୦୧୯ ସାଧାରଣ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିବା ପୂର୍ବରୁ ରାଜ୍ୟ କଂଗ୍ରେସ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି । ତୃଣମୂଳସ୍ତରରେ ଦଳ ପାଇଁ କାର୍ଯ୍ୟ କରୁଥିବା ତଥା ବିଜୟ ସମ୍ଭାବନା ଥିବା ଦକ୍ଷ ପ୍ରାର୍ଥୀଙ୍କୁ ହିଁ କଂଗ୍ରେସ ଏଥର ଟିକେଟ୍ ଦେବ । ପରିବାରର ଏକାଧିକ ବ୍ୟକ୍ତିଙ୍କୁ କୌଣସି ପରିସ୍ଥିତିରେ ବି ଟିକେଟ୍ ଦିଆଯିବ ନାହିଁ ବୋଲି ଓଡ଼ିଶା ପିସିସି ପ୍ରଭାରୀ ଜିତେନ୍ଦ୍ର ସିଂହ ଘୋଷଣା କରିଛନ୍ତି ।
୨୦୧୯ ସାଧାରଣ ନିର୍ବାଚନ ପାଇଁ ଦଳକୁ ସୁଦୃଢ଼ କରିବା ନିମନ୍ତେ ୩ଦିନ ଧରି ଭୁବନେଶ୍ୱରରେ ମାନସମନ୍ଥନ ଚାଲିବା ପରେ ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ସିଂହ କହିଛନ୍ତି ଯେ, ରାଜ୍ୟ କଂଗ୍ରେସ ପାଇଁ ଟିକେଟ୍ ବଂଟନର ଫର୍ମୂଲା ଉପରେ ଚର୍ଚ୍ଚା ହୋଇଛି । ଏଥର କାହାରିକୁ କୋଟା କିମ୍ବା ସୁପାରିସରେ ଟିକେଟ୍ ଦିଆଯିବ ନାହିଁ । ଯେଉଁମାନେ ଦଳର ଆଭିମୁଖ୍ୟ ନେଇ ଲୋକଙ୍କ ପାଖକୁ ଯାଉଛନ୍ତି ସେମାନଙ୍କୁ ଏଥର ପ୍ରାଧାନ୍ୟ ମିଳିବ । ଏହାଛଡ଼ା ଜିଲ୍ଲା ଓ ରାଜ୍ୟସ୍ତରୀୟ ନେତାମାନଙ୍କୁ ମଧ୍ୟ ୩ମାସ ପାଇଁ ଟାର୍ଗେଟ୍ ଦିଆଯାଇଛି । ଅଗଷ୍ଟ ଶେଷ ସପ୍ତାହରେ ଦଳର ଅଧ୍ୟକ୍ଷ ରାହୁଲ ଗାନ୍ଧି ଓଡ଼ିଶା ଆସିବାର ଥିବାରୁ ସେ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା ବୋଲି ଶ୍ରୀ ସିଂହ କହିଛନ୍ତି । ଅନ୍ୟପକ୍ଷରେ ଶ୍ରୀ ସିଂହଙ୍କ ବୟାନକୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସ୍ୱାଗତ କରିଛନ୍ତି । ଓଡ଼ିଶା ପ୍ରଭାରୀ ଯେଉଁ ବୟାନ ଦେଇଛନ୍ତି ତାହା ହିଁ ଶିରୋଧାର୍ଯ୍ୟ ଓ ଆଗାମୀ ନିର୍ବାଚନରେ ସେୟା ହେବ । ସେହିପରି ଦଳର କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ ୫୦ରୁ ୭୫ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯିବ । ଏହାବ୍ୟତୀତ ନିର୍ବାଚନ ପ୍ରସ୍ତୁତି ପାଇଁ ଦଳ ପକ୍ଷରୁ ଏକ ସ୍ୱତନ୍ତ୍ର ସେଲ୍ ଖୋଲାଯାଇ ବରିଷ୍ଠ ତଥା ଅଭିଜ୍ଞ ନେତାଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯିବ । ୨୦୧୯ ସାଧାରଣ ନିର୍ବାଚନରେ ଦଳ ନିଜର ଦମ୍ ଦେଖାଇବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top