ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ମନ୍ତ୍ରିପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ଅପରାହ୍ନ ୫ଟା ୪୫ମିନିଟରେ ଏହି ବୈଠକ ଅନୁଷ୍ଠିତ ହେବ । ବୈଠକରେ ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ଚିଠା ବଜେଟକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି । ଜୁନ୍ ୨୮ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି ।


