Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଛାତ୍ର ମୃତ୍ୟୁ ଘଟଣା : ପିପିଲି-ଭୁବନେଶ୍ୱର ରାସ୍ତା ଅବରୋଧ କଲେ ସ୍ଥାନୀୟଲୋକେ

ନିମାପଡ଼ା (ଓଡ଼ିଶା ୱେୟାର) : ନ୍ୟାୟ ଦାବିରେ ପୁରୀ-ଭୁବନେଶ୍ୱରର ୩୧୬ ନମ୍ବର ଜାତୀୟ ରାଜପଥ ଅବରୋଧ । ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟଲୋକେ । ଉଭୟ ପଟେ ଅଟକିଛି ରହିଛି ଶହ ଶହ ଗାଡ଼ି । ଘଟଣାସ୍ଥଳରେ ଲାଗି ରହିଛି ଉତ୍ତେଜନା । ପିପିଲି ଏସ୍‌ଡିପିଓ ଏବଂ ଆଇଆଇସି ପହଞ୍ଚି ସ୍ଥାନୀୟଲୋକଙ୍କୁ ବୁଝାଇବାକୁ ପ୍ରୟାସ କରୁଛନ୍ତି ।

ଖବର ଅନୁଯାୟୀ, ପିପିଲି ଗୋବିନ୍ଦପୁର ଅନ୍ତର୍ଗତ ମାଟିଆପଡ଼ା ଗାଁର ସୁମିତ୍ରା ଜେନାଙ୍କ ପୁଅ ସୌମ୍ୟରଞ୍ଜନ ଦଶମ ଶ୍ରେଣୀର ଛାତ୍ର ପଢୁଥିଲା । କିନ୍ତୁ ଗତ ୭ତାରିଖ ଦିନ ସନ୍ଧ୍ୟା ୬ଟା ପରଠାରୁ ସେ ନିଖୋଜ ଥିଲେ । ପରଦିନ ମାନେ ୮ତାରିଖ ଦିନ ୧୧ଟା ସମୟରେ ଗୋବିନ୍ଦପୁର ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୌମ୍ୟରଞ୍ଜନଙ୍କ ମୃତଦେହ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଅନ୍ତର୍ଗତ କନ୍ତିଆକଣ୍ଟା ସ୍ଥିତ ରେଳଲାଇନରେ ପଡ଼ିଥିବାର ଘର ଲୋକଙ୍କୁ ଖବର ଦେଇଥିଲେ ।

ତେବେ ମୃତ ସୌମ୍ୟରଞ୍ଜନ ଉକ୍ତ ଅଞ୍ଚଳର ଜଣେ ଝିଅ ସହ ପ୍ରେମ ସମ୍ପର୍କ ଥିଲା। ଯାହାକି ତାଙ୍କ ମୋବାଇଲ ମେସେଜରୁ ଜଣାପଡିଛି ବୋଲି ଏତଲାରେ ଦର୍ଶାଯାଇଛି । ଏହି ୧୬ ବର୍ଷୀୟ ଦଶମ ଶ୍ରେଣୀର ଛାତ୍ର ସୌମ୍ୟରଞ୍ଜନଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ବୋଲି ପରିବାର ଏବଂ ଗ୍ରାମବାସୀ ପକ୍ଷରୁ ଅଭିଯୋଗ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top