Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସେନା ଗୁଳିରେ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,: ଦକ୍ଷିଣ କାଶ୍ମୀରର ସୋପିଆନରେ ଏନକାଉଣ୍ଟର । ସେନା ଗୁଳିରେ ଟଳିଲା ଆତଙ୍କବାଦୀ । ସୋପିଆନର ତୁର୍କୁବାଗମ୍ ଗ୍ରାମରେ ଏହି ଏନକାଉଣ୍ଟର ହୋଇଛି । ଏନେଇ ଜମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।
ପୋଲିସର ସୂଚନାନୁସାରେ, ସେନାକୁ ତୁର୍କୁବାଗମରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା । ଏହାପରେ ସେନା, ସିଆରପିଏଫ ଓ ପୋଲିସ ମିଳିତ ଭାବେ ଅପରେସନ ଆରମ୍ଭ କରିଥିଲେ । ସନ୍ଦିଗ୍ଧ ଅଞ୍ଚଳରେ କମ୍ବିଂ ଅପରେସନ ବେଳେ କିଛି ଆତଙ୍କବାଦୀ ଯବାନଙ୍କ ଉପରକୁ ଗୁଳିମାଡ କରିଥିଲେ । ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । ଏଥିରେ ଜଣେ ଆତଙ୍କାବୀଦୀ ନିପାତ ହୋଇଥିବା ଜଣାପଡିଛି ।
ସେହିପରି ମଙ୍ଗଳବାର ବିଳମ୍ବିତ ରାତ୍ରରେ ମଧ୍ୟ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଥିଲା । ସେନା ଲଶ୍କର-ଏ-ତୋଏବାର ଦୁଇ ଆତଙ୍କବାଦୀଙ୍କୁ ନିପାତ କରିବାରେ ସକ୍ଷମ ହୋଇଥିଲା । ନିହତ ଆତଙ୍କବାଦୀଙ୍କଠାରୁ ପୋଲିସ ବନ୍ଧୁକ, ଗୁଳି ଓ ଅନେକ ଆପତ୍ତିଜନକ ସାମଗ୍ରୀ ମିଳିଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top