Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଥମୁନି କଂଗ୍ରେସ କନ୍ଦଳ: ପିସିସି ପରିବର୍ତ୍ତନ ହେବା ସୁନିଶ୍ଚିତ !

ଭୁବନେଶ୍ୱର (ଓଡ଼ିଶା ୱେୟାର) : ଥମୁନି ପିସିସି କନ୍ଦଳ । ଦିନ ଗଡିବା ସହ ପ୍ରତିଦିନ ବିରୋଧର ସ୍ୱର ବଢିବାରେ ଲାଗିଛି । ଆଉ ଏବେ ପିସିସି ପରିବର୍ତ୍ତନ ନେଇ ମୁହଁ ଖୋଲିଛନ୍ତି କଂଗ୍ରେସର ବରିଷ୍ଠ ନେତାମାନେ । ପିସିସି ପରିବର୍ତ୍ତନ ନେଇ ତାରା ବାହୀନିପତିଙ୍କ କହିଛନ୍ତି ଯେ, ପିସିସି ପରିବର୍ତ୍ତନ ହେବା ସୁନିଶ୍ଚିତ। ବିଧାୟକଙ୍କ ଭିତରୁ ଜଣଙ୍କୁ କାହାକୁ କରିବାକୁ ଆମେ ଦାବି କରୁଛୁ । ଯଦି ବିଧାୟକ ମାନଙ୍କ ଭିତରୁ କାହାକୁ ପିସିସି ସଭାପତି କରାନଯାଏ ତେବେ ଆମେ ଅସନ୍ତୋଷ ପ୍ରକାଶ କରିବୁ । ଜଣେ ବିଧାୟକ ପିସିସି ହେଲେ ତାଙ୍କ ସହ ୯ ବିଧାୟକ ବୁଲିବେ, ଦଳ ଦମ୍‌ ଦେଖେଇ ପାରିବ । ମୋତେ ଯଦି କାର୍ଯ୍ୟକାରୀ ସଭାପତି ପଦ ଦିଆଯାଏ ମୁଁ ତାକୁ ଗ୍ରହଣ କରିବି ନାହିଁ । ବିଧାୟକ ମାନଙ୍କ ସହ ଆଲୋଚନା କରି କଣ କରାଯିବ ସେ ନିଷ୍ପତ୍ତି ନେବୁ ।
ସେହିପରି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ବଡ଼ ବୟାନ ଆସିଛି। କେବଳ ପିସିସି ନୁହେଁ କଂଗ୍ରେସ ବିଧାୟକ ଦଳ ନେତା ବି ବଦଳିବାର ଆବଶ୍ୟକତା ରହିଛି । ଏକଥା ଦଳର ଅଧିକାଂଶ ବିଧାୟକ କହୁଛନ୍ତି । ଦଳର ହାଇ କମାଣ୍ଡ ଯାହା ନିଷ୍ପତ୍ତି ନେବେ ଆମେ ତାକୁ ଗ୍ରହଣ କରିବୁ । ସେ ଯିଏ ହୁଅନ୍ତୁ ନା କାହିଁକି ପୂର୍ବତନ ସଭାପତି ହୁଅନ୍ତୁ କି ବିଧାୟକ ହୁଅନ୍ତୁ । ସେପଟେ କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀଙ୍କ କହିଛନ୍ତି ଯେ, ପିସିସି ପରିବର୍ତ୍ତନ ହେବାକୁ ଯାଉଛି । ତେଣୁ ଏଥର ଜଣେ ବିଧାୟକ ପିସିସି ସଭାପତି ହେଲେ ଭଲ । କିନ୍ତୁ ବିଧାୟକଙ୍କ ସ୍ଥାନରେ ଅନ୍ୟ କାହାକୁ ଯଦି ହାଇକମାଣ୍ଡ ସଭାପତି କରନ୍ତି । ତେବେ ଆମେ ତାଙ୍କୁ ସମର୍ଥନ କରିବୁ ବୋଲି ସେ କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top