Latest

ଓଲିଉଡ଼ ଜଗତର ବରିଷ୍ଠ ଅଭିନେତା ମିହିର ଦାସଙ୍କ ପରଲୋକ

Posted on

କଟକ(ଓଡ଼ିଶା ୱେୟାର) : ଓଲିଉଡ଼ ଜଗତର ବର୍ଷିଆନ ଅଭିନେତା ତଥା ବରିଷ୍ଠ ଅଭିନେତା ମିହିର ଦାସଙ୍କ ପରଲୋକ । ୫୫ ବର୍ଷରେ ବୟସରେ ତାଙ୍କର ପରଲୋକ ହୋଇଛି । ପ୍ରାୟ ମାସେରୁ ଅଧିକ ସମୟ ହେବ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ବିଗତ କିଛି ଦିନ ହେବ ସେ କିଡନୀ ରୋଗରେ ଆକ୍ରାନ୍ତ ଥିଲେ । କିଡନୀ ରୋଗରେ ଆକ୍ରାନ୍ତ ହେବା ପରେ ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଥିଲା । ମିହିର ଦାସଙ୍କ ଦୁଇଟି ଯାକ କିଡନୀ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା । ଯାହା ଫଳରେ ସପ୍ତାହରେ ତାଙ୍କର ତିନି ଥର ଡାଏଲିସସ ହେଉଥିଲା । ସେପଟେ କିଛି ଦିନ ଧରି ତାଙ୍କର ଏକାଧିକ ଅଙ୍ଗ ପ୍ରତ୍ୟେଙ୍ଗ ଅଚଳ ହୋଇ ଯାଇଥିଲା ବୋଲି ଡାକ୍ତର ପ୍ରକାଶ କରିଛନ୍ତି।

ମିହିର ଦାସ ୧୯୭୯ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ୧୯୬୬ ମସିହା ଫେବ୍ରୁଆରି ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମ ହୋଇଥିଲେ ମିହିର ଦାସ । ପିଲାଟି ଦିନରୁ ଅଭିନୟ ଥିଲା ତାଙ୍କ ନିଶା ଓ ପେଶା । ସେ ପ୍ରାୟ ୧୦୦ଟି ଚଳଚ୍ଚିତ୍ରରେ ମୁଖ୍ୟ ଓ ସହ କଳାକାର ଭୂମିକାରେ ଅଭିନୟ କରିଛନ୍ତି । କଳାତ୍ମକ ସିନେମା ସ୍କୁଲ ମାଷ୍ଟରରୁ ତାଙ୍କର ଅଭିନୟ ଜୀବନୀ ଆରମ୍ଭ ହୋଇଥିଲା। ତାଙ୍କ ଅଭିନୀତ ଲୋକପ୍ରିୟ ଚଳଚ୍ଚିତ୍ର ମଧ୍ୟରେ ଲକ୍ଷ୍ମୀ ପ୍ରତିମା, ଟାର୍ଗେଟ୍, ଗୁଣ୍ଡା, ମାଇଁ ଲଭ ଷ୍ଟୋରୀ, ପହିଲି ରାଜା, ଚୋରି ଚୋରି ମନ ଚୋରି, ବାଜି, ଧଉଳି ଏକ୍ସପ୍ରେସ୍ ଅନ୍ୟତମ । ଚଳଚ୍ଚିତ ବ୍ୟତୀତ୍ ମିହିର ଦାସ ଅନେକ ଟିଭି କାର୍ଯ୍ୟକ୍ରମରେ ନଜର ଆସିଛନ୍ତି । ଅଭିନୟ ପାଇଁ ଏକାଧିକ ପୁରସ୍କାର ପାଇଛନ୍ତି ସେ । ୧୯୯୯ରେ ବିଧାତା ଓ ୨୦୦୫ରେ ଫେରିଆ ମୋ ସୁନା ଭଉଣୀ ଚଳଚ୍ଚିତ୍ର ପାଇଁ ତାଙ୍କୁ ଶ୍ରେଷ୍ଠ କଳାକାର ସମ୍ମାନ ମିଳିଥିଲା ।

Leave a Reply

Your email address will not be published. Required fields are marked *

Most Popular

Exit mobile version