Latest

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରେ ସାମିଲ ହେବେ ୨୧ଲକ୍ଷ ନୂଆ ହିତାଧିକାରୀ

Posted on

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରେ ସାମିଲ ହେବେ ୨୧ଲକ୍ଷ ନୂଆ ହିତାଧିକାରୀ
ଭୁବନେଶ୍ୱର (ଓଡ଼ିଶା ଓ୍ବେୟାର): ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ମିଳିବ ସ୍ମାର୍ଟ କାର୍ଡ । ରାଜ୍ୟର ୯୨.୫ ଲକ୍ଷ ହିତାଧିକାରୀଙ୍କୁ ଏହି କାର୍ଡ ଯୋଗାଇ ଦିଆଯିବ । ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟକାଡ ବଣ୍ଟନ କାର‌୍ୟ୍ୟକ୍ରମ ଶୁଭାରମ୍ଭ କରିବେ । ଏହି ଦିନ ମାଲକାନଗିରି, ମୟୂରଭଞ୍ଜ, ସୁନ୍ଦରଗଡ, ବଲାଙ୍ଗୀର ଓ ଗଜପତି ଜିଲ୍ଲାରେ ହିତାଧିକାରୀଙ୍କୁ କାର୍ଡ ବଣ୍ଟାଯିବ । ପର‌୍ୟ୍ୟାୟକ୍ରମେ ସବୁ ଜିଲ୍ଲାରେ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯିବ ।
ଜାନୁଆରୀ ୧୫, ୨୦୧୮ରେ BSKY ଶୁଭାରମ୍ଭ କରାଯାଇଥିବା ବେଳେ ଏଥିରେ ମୁଖ୍ୟତଃ ଦୁଇ ପ୍ରକାର ସେବା ମିଳୁଛି । ଏହି ଯୋଜନାର ସବୁ ସରକାରୀ ସ୍ୱାସ୍ଥ୍ୟ ପ୍ରତିଷ୍ଠାନରେ ସମସ୍ତଙ୍କୁ ମାଗଣାରେ ଚିକିତ୍ସା ସୁବିଧା ମିଳୁଛି । ରାଜ୍ୟ ସରକାରଙ୍କ ସହ ଅନୁବନ୍ଧିତ ସ୍ୱାସ୍ଥ୍ୟ ପ୍ରତିଷ୍ଠାନରେ ମାଗଣାରେ ଚିକିତ୍ସା ସେବା ମିଳୁଛି । ଏହି ଯୋଜନାରେ ଅଧିକ ଘରୋଇ ଡାକ୍ତରଖାନାକୁ ସାମିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *

Most Popular

Exit mobile version