Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆବାସ ଯୋଜନାରେ ଦୁର୍ନୀତିର ଅଭିଯୋଗ ଆଣି ସରକାରଙ୍କ ଉପରେ ବର୍ଷିଲା ବିଜେପି

ଭୁବନେଶ୍ୱର, (ଓଡ଼ିଶା ୱେୟାର):
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହଜାରେ କୋଟିର ଦୁର୍ନୀତି ଅଭିଯୋଗ ଆଣି ରାଜ୍ୟ ସରକାରଙ୍କୁ ବିଜେପିର ଟାର୍ଗେଟ୍। ଏମିତିକି ଏହି ଦୁର୍ନୀତି ଓ ଅନିୟମିତତା ପ୍ରତିବାଦରେ ଆସନ୍ତା ୭ରୁ ୯ ଯାଏଁ ଆନ୍ଦୋଳନ କରିବାକୁ ଦଳ ସ୍ଥିର କରିଛି । ସେପଟେ ଦୁର୍ନୀତିରେ ସଂପୃକ୍ତ ଥିବା କହି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କରି ଆବାସ କେଳେଙ୍କାରୀର ସିବିଆଇ ତଦନ୍ତ ଦାବି କରିଛନ୍ତି ଦଳର ବରିଷ୍ଠ ନେତା ପୀତାମ୍ବରଯଚାର‌୍ୟ୍ୟ । ଯାହାର ଜବାବ ରଖିଛି ବିଜେଡି । ସେପଟେ ଫନି କ୍ଷତିଗ୍ରସ୍ତ ଜିଲ୍ଲାକୁ ଛାଡ଼ି ବାକି ୧୬ ଜିଲ୍ଲାର ୬ଲକ୍ଷ ହିତାଧିକାରୀଙ୍କ ପାଇଁ ଘର ଯୋଗାଇବାକୁ ଆଜି ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ।
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହାଦୁର୍ନୀତିର ଅଭିଯୋଗ ଆଣି ରାଜ୍ୟ ସରକାରଙ୍କୁ ଘେରିଛି ବିଜେପି । ଦଳର ରାଜ୍ୟ ସଭାପତି ସମୀର ମହାନ୍ତି, ଅଭିଯୋଗ କରିଛନ୍ତି କେନ୍ଦ୍ରୀୟ ଟିମ୍ ୫ଟି ଜିଲ୍ଲାର ୯ଟି ବ୍ଲକରେ ଅନୁଧ୍ୟାନ କରିଥିଲା । ଯେଉଁଥିରେ ୧ଲକ୍ଷ ଘର ଆବଣ୍ଟନରେ ହଜାରେ କୋଟିର ଦୁର୍ନୀତି ହୋଇଛି । ସେହିପରି ଦଳ ଅଭିଯୋଗ ଆଣିଛି-ଅଯୋଗ୍ୟ ଲୋକ ଆବାସ ଯୋଜନାରେ ଘର ପାଉଛନ୍ତି । ହିତାଧିକାରୀ ଚୟନରେ ବ୍ୟାପକ ଅନିୟମିତତା ହେଉଛି। ବାରମ୍ବାର ଆକାଉଣ୍ଟ ପରିବର୍ତ୍ତନ ହେଉଛି। ଗୁହାଳ ଓ ବାରିପଟ ଘର ଦେଖାଇ ଯୋଜନା ଟଙ୍କା ହଡ଼ପ୍ ଚାଲିଛି ଓ ଡମି ନାଁ ଚଢ଼ାଇ ଘର ନେଇଛନ୍ତି ନିମ୍ନ ମାନର ଘର ନିର୍ମାଣ ସହ ମନରେଗାରେ କାମ କରିଥିବା ଶ୍ରମିକଙ୍କୁ ପାଉଣା ଦିଆଯାଉନି । ଆବାସ ଦୁର୍ନୀତିରେ ବିଜେଡି ନେତା ଓ ଅଧିକାରୀଙ୍କ ସଂପୃକ୍ତି ରହିଛି। ଏବେ ରାଜ୍ୟକୁ ମିଳିଥିବା ୮ଲକ୍ଷ ୧୭ ହଜାର ଆବାସ କେବଳ ୨୧ଟି ଜିଲ୍ଲାରେ ଆବଣ୍ଟିତ କରି ବାକି ୯ଟି ଜିଲ୍ଲାକୁ ଗୋଟିଏ ବି ଦେଇନାହାନ୍ତି। ତେଣୁ ଏଭଳି ପାତର ଅନ୍ତର ନୀତି କାହିଁକି ବୋଲି ପ୍ରଶ୍ନ କରିଛି ଦଳ । ତେଣୁ ରାଜ୍ୟରେ ଆବାସ ଦୁର୍ନୀତି ପ୍ରତିବାଦରେ ୭, ୮, ୯ରେ ବିଜେପି ଆନ୍ଦୋଳନ କରିବାକୁ ସ୍ଥିର କରିଛି । ସେପଟେ ଆବାସଠୁ ଆରମ୍ଭ କରି ସବୁ ଦୁର୍ନୀତିରେ ମୁଖ୍ୟମନ୍ତ୍ରୀ ଲିପ୍ତ ଥିବା ଅଭିଯୋଗ ଆଣି ଟାର୍ଗେଟ୍ କରିଛନ୍ତି ବରିଷ୍ଠ ବିଜେପି ନେତା ପୀତାମ୍ବର ଆଚାର‌୍ୟ୍ୟ। ଏମିତିକି ଆବାସ ଯୋଜନାର ସେ ସିବିଆଇ ତଦନ୍ତ ପାଇଁ ଦାବି କରିଛନ୍ତି। ସେପଟେ ବିଜେପିର ଏସବୁ ଅଭିଯୋଗର ଜବାବ ରଖି ବିଜେଡି କହିଛି-ଆବାସ ଯୋଜନାରେ କେନ୍ଦ୍ର, ରାଜ୍ୟକୁ ସାବାସି ଦେଉଥିବାବେଳେ, ରାଜ୍ୟ ବିଜେପି ୟୁନିଟ୍ ସମାଲୋଚନା କରିବା ଅତ୍ୟନ୍ତ ହାସ୍ୟାସ୍ପଦ।
ଆବାସ କଳି ରାଜନୀତି ଭିତରେ ଆଜି ପିଏମଏଓ୍ୱାଇ ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଫନି କ୍ଷତିଗ୍ରସ୍ତଙ୍କ ପାଇଁ ୮.୧୭ ଲକ୍ଷ ଘର ମଂଜୁର କରିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇବା ସହ ଅଣପ୍ରଭାବିତ ବାକି ଜିଲ୍ଲାର ୬ ଲକ୍ଷ ହିତାଧିକାରୀଙ୍କୁ ଘର ପାଇଁ ନିବେଦନ କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରାଳୟ ପକ୍ଷରୁ ଫନି ପ୍ରଭାବିତ ୧୪ ଜିଲ୍ଲା ପାଇଁ ମାସକ ନିମନ୍ତେ ଆବାସ ପ୍ଲସ ୱିଣ୍ଡୋ ଖୋଲାଯାଇଛି ଓ ବାକି ୧୬ ଜିଲ୍ଲା ପାଇଁ ୱିଣ୍ଡୋ ଖୋଲିନଥିବାରୁ ସୁଫଳ ମିଳୁନି ବୋଲି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top