Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଚଳିତ ମାସ ୨୫ରୁ ବିଧାନସଭା ବଜେଟ ଅଧିବେଶନ

ସରିଲା ସର୍ବଦଳୀୟ ବୈଠକ
କୋଭିଡ଼ କଟକଣାରେ ବଜେଟ ଅଧିବେଶନ
ବିଜେପି ରଖିଲା ୩ଟି ପ୍ରସ୍ତାବ

ଚଳିତ ମାସ ୨୫ ତାରିଖରୁ ଆରମ୍ଭ ହେବ ଷୋଡ଼ଶ ବିଧାନସଭାର ବଜେଟ୍ ଅଧିବେଶନ । ଏହା ପୂର୍ବରୁ ଅଜି ବସିବ ସର୍ବଦଳୀୟ ବୈଠକ । ସକାଳ ସାଢେ ୧୧ଟାରେ ଏହି ବୈଠକ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ।
ଚଳିତ ବଜେଟ ଅଧିବେଶନ ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ଯାଏଁ ଚାଲିବ ବଜେଟ ଅଧିବେଶନ । ବଜେଟ ଅଧିବେଶନରେ ମୋଟ ୬ଟି କାର୍ଯ୍ୟ ଦିବସ ରହିବ । ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ପାଇଁ ଆଜି ବିଧାନସଭାର ୫୯ନମ୍ବର ପ୍ରକୋଷ୍ଠରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ସାଧାରଣତଃ ବିଧାନସଭା ଆରମ୍ଭ ହେବାର ୨ ଦିନ ପୂର୍ବରୁ ବସିଥାଏ ସର୍ବଦଳୀୟ ବୈଠକ । କିନ୍ତୁ ପୌର ନିର୍ବାଚନରେ ବିଧାୟକମାନେ ବ୍ୟସ୍ତ ରହୁଥିବାରୁ ବିଧାନସଭା ଅଧିବେଶନର ୧୦ ଦିନ ପୂର୍ବରୁ ବୈଠକ ଡକାଯାଇଛି ବୋଲି ବିଧାନସଭା ସଚିବାଳୟ ସୂତ୍ରରୁ ଜଣାପଡ଼ିଛି।
ବିଧାନସଭା ନିୟମାବଳୀ ଏବଂ ପ୍ରକ୍ରିୟା ଅନୁଯାୟୀ ଅଧିବେଶନ ଅନୁଷ୍ଠିତ ହେବ । ଅଧିବେଶନରେ ପ୍ରଶ୍ନକାଳ, ଶୂନ୍ୟକାଳ ତଥା ମୁଲତବୀ ପ୍ରସ୍ତାବ ଆଦି ରହିବ ବୋଲି ସେ ପ୍ରକାଶ କରିଛନ୍ତି । ବିଧାନସଭା ଆରମ୍ଭ ଅର୍ଥାତ ମାର୍ଚ୍ଚ ୨୫ ତାରିଖ ଦିନ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କ ଅଭିଭାଷଣ ପ୍ରଦାନ କରିବେ । ଏହାପରେ ମାର୍ଚ୍ଚ ୨୫, ୨୬ ଓ ୨୮ ତାରିଖ ତିନିଦିନ ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ବିସ୍ତୃତ ଭାବରେ ଆଲୋଚନା ହେବ । ମାର୍ଚ୍ଚ ୩୦ ତାରିଖରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨/୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ଏବଂ ମାର୍ଚ୍ଚ ୩୧ ତାରିଖରେ ଭୋଟ ଅନ୍ ଆକାଉଣ୍ଟ ସଂକ୍ରାନ୍ତୀୟ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବ । ଆଦି ସମ୍ପର୍କରେ ସର୍ବଦଳୀୟ ବୈଠକରେ ଆଲୋଚନା କରାଯିବ ବୋଲି ବାଚସ୍ପତି ଡ. ପାତ୍ର କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top